ଆଜି ୩୬୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,,୨୦ା୧ : ୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ତୃତୀୟ ଦିନରେ ଆଜି ୫ଟି ଜିଲ୍ଲାରେ ୩୬୧ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୟୁରଭଞ୍ଜ ଜିଲ୍ଲାର ୧୦୫ ହାଇସ୍କୁଲ, ବଲାଙ୍ଗିର ଜିଲ୍ଲାର ୧୦୦, ସମ୍ବଲପୁର ଜିଲ୍ଲାର ୬୩, ରାୟଗଡ଼ା ଜିଲ୍ଲାର ୬୦ ଓ ନୂଆପଡ଼ା ଜିଲ୍ଲାର ୩୩ ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଛି ।୫ଟି ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ପ୍ରଥମେ ୫ଟି ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ୬ଟି ଜିଲ୍ଲାର ୩୨୭ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!