ଅଯୋଧ୍ୟା,୨୨ା୧: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଅଯୋଧ୍ୟାରେ ସରିଛି ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂଜାରେ ଯଜାମାନୀ କରିଥିଲେ। ସେ ସୁନେଲି ରଙ୍ଗର କୁର୍ତ୍ତା ଧଳା ରଙ୍ଗ ପାଇଜାମା ପିନ୍ଧିଥିଲେ। ଚାରିଆଡ଼େ ଜୟ ଶ୍ରୀ ରାମଙ୍କ ଧ୍ୱନିରେ ପ୍ରକମ୍ପିତ ହେଉଛି।ରାମ ମନ୍ଦିରରେ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ ହୋଇଛି । କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କଲେ । ଏହି ସମୟରେ ଆର୍ଏସ୍ଏସ୍ ମୁଖ୍ୟ ମୋହନ ଭାଗବତ, ୟୁପି ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ ରହିଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି।ମୁଖ୍ୟ ଯଜମାନ ଭାବରେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ମୋଦୀ । ପ୍ରାଣ ପ୍ରତିଷ୍ଠା ବେଳେ ଆକାଶ ମାର୍ଗରୁ ହେଲିକପ୍ଟରରେ ହେଲା ପୁଷ୍ପ ବର୍ଷା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |