ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ

ଭୁବନେଶ୍ବର,୨୨।୧: ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଟ୍ୱିନ ସିଟିରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା କଲବଲ ହେଉଛନ୍ତି ଲୋକ । ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ହୋଇଛି। ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। କୋହଲା ପାଗକୁ ଝିପ୍‌ଝିପ୍‌ ବର୍ଷା ଶୀତକୁ ବଢାଇଦେଇଛି। ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା। ୨୫ ତାରିଖ ପର୍ଯ୍ୟନ୍ତ ଅତି ଏଭଳି ପାଗ ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ, ୨୬ରୁ ପାଗରେ ପରିବର୍ତ୍ତନ ର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା ।୫ଟି ଜିଲ୍ଲାରେ କୋହଲା ପାଗ ସହ ଝିପିଝିପି ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ  ସ୍ବାଭାବିକ  ଠାରୁ ୨  ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ପାଟ୍ରୋଲିଂ ବଢାଇବା ସହ ଡ୍ରାଇଭର ମାନଙ୍କୁ ସଚେତନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!