ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା

ଭୁବନେଶ୍ୱର , ୨୨।୧ :   ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ବିଭିନ୍ନ ସଙ୍ଗଠନ ଏହି ଆନ୍ଦୋଳନରେ ସାମିଲ ହେବେ। ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍‌ ପ୍ରଦାନ ଓଷ୍ଟାର ପ୍ରମୁଖ ଦାବି ରହିବ। ଏ ନେଇ ରବିବାର ଓଷ୍ଟା ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଓଷ୍ଟା ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ କହିଛନ୍ତି, ଅବସର ନେଉଥିବା ଶିକ୍ଷକମାନଙ୍କୁ ପେନସନ୍‌ ପ୍ରଦାନ, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ, ସପ୍ତମ ବେତନ ଓ ନୂତନ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ ନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ।   ଆସନ୍ତା ୩୧ ସୁଦ୍ଧା ଯଦି ସରକାର ଦେଇଥିବା ପ୍ରତିଶ୍ରୁତି ପାଳନ ନ କରନ୍ତି, ତେବେ ଫେବୃଆରୀ ପ୍ରଥମ ସପ୍ତାହରେ ଓଷ୍ଟା ମିଳିତ ଆନ୍ଦୋଳନକୁ ଓହ୍ଲାଇବ। ଓଷ୍ଟାର ଆହ୍ବାନରେ ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କର ସାମାଜିକ ସୁରକ୍ଷା ପାଇଁ ହଜାର ହଜାର ସଂଖ୍ୟାରେ ଶିକ୍ଷୟିତ୍ରୀ, ଶିକ୍ଷକ ଓ ଶିକ୍ଷାକର୍ମଚାରୀଙ୍କ ସହିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ଅଭିଭାବକ, ପୁରାତନ ଛାତ୍ର ଓ ପ୍ରାଥମିକଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷକ ଏବଂ ଶିକ୍ଷାକର୍ମଚାରୀଙ୍କୁ ନେଇ ଏକ ମହାସମାବେଶ ଭୁବନେଶ୍ୱରସ୍ଥିତ ଗାନ୍ଧିମାର୍ଗରେ କରାଯିବ। ଶିକ୍ଷକମାନେ ଅହୋରାତ୍ର ଧାରଣାରେ ବସି ରହିବେ। ସରକାର ସମସ୍ୟାଗୁଡ଼ିକର ସମାଧାନ ନ କରି ଅଯଥା ଟାଳଟୁଳ ନୀତି ଅବଲମ୍ବନ କରିବା, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ନିଯୁକ୍ତି ନ କରିବା, ଚାକିରି ସର୍ତ୍ତାବଳୀ ଓ ଅବସର ପରେ ଶିକ୍ଷକମାନଙ୍କୁ ପେନସନ୍‌ ନ ଦେବା ଆଦି ବୈମାତୃକ ମନୋଭାବ ଶିକ୍ଷକମାନଙ୍କୁ ବାରମ୍ବାର ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ କରୁଛି ବୋଲି ସଙ୍ଗଠନ ପକ୍ଷରୁ ଅଭିଯୋଗ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!