ପ୍ରାଣ ପ୍ରତିଷ୍ଠା ପରେ ରାତିରେ ଦୀପାବଳି ପାଳନ

ନୂଆଦିଲ୍ଲୀ,୨୨।୧: ଉତ୍ସବମୁଖର ପବିତ୍ର ଅଯୋଧ୍ୟା ନଗରୀ। ଭବ୍ୟ ମନ୍ଦିରରେ ରାମଲାଲାଙ୍କର ପ୍ରାଣ ପ୍ରତିଷ୍ଠା କରାଯାଇଛି। ଏହି ସମାରୋହର ସମସ୍ତ ରୀତିନୀତି ଶେଷ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଯୋଧ୍ୟାର ରାମ ମନ୍ଦିର ପରିସରରେ ଥିବା କୁବେର ଟିଲାରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ଏଠାରେ ଥିବା ଶିବ ମନ୍ଦିରରେ ଭଗବାନ ଶିବଙ୍କୁ ପୂଜାର୍ଚ୍ଚନା କରିବା ସହ ଜଟାୟୁଙ୍କ ମୂର୍ତ୍ତି ଉନ୍ମୋଚନ କରିଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣରେ ନିୟୋଜିତ ଶ୍ରମିକମାନଙ୍କୁ ଫୁଲ ବର୍ଷା କରିଥିଲେ।ଅଯୋଧ୍ୟାରେ ରାମ ମନ୍ଦିରର ପବିତ୍ର ପ୍ରାଣ ପ୍ରତିଷ୍ଠା ଉତ୍ସବ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦୀପାବଳି ପାଳନ କରିବେ । ଅଯୋଧ୍ୟାରୁ ଫେରି ରାଜଧାନୀ ଦିଲ୍ଲୀର ଲୋକ କଲ୍ୟାଣ ମାର୍ଗ ସ୍ଥିତ ନିଜ ବାସଭବନରେ ଦୀପ ଜଳାଇ ଦୀପାବଳି ପାଳନ କରିବେ ପ୍ରଧାନମନ୍ତ୍ରୀ । ଆଜି ନିଜ ଘରେ ଦୀପୋତ୍ସବ ପାଳନ କରିବେ ନରେନ୍ଦ୍ର ମୋଦୀ । ଏହାପୂର୍ବରୁ ଜନସଭା ସମୟରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନିଜ ନିଜ ଘରେ ଆଜି ଦୀପ ଜାଳିବା ପାଇଁ ଆହ୍ୱାନ କରିଥିଲେ । ରାମ ମନ୍ଦିରରେ ବିଧି ବିଧାନ ଅନୁଯାୟୀ ପ୍ରାଣ ପ୍ରତିଷ୍ଠା ଉତ୍ସବ ସମାପନ ପରେ ଦୀପାବଳି ପାଳନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!