କଳାହାଣ୍ଡି,୨୩।୧: ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜରେ ନିଆଁ ଲାଗିଯାଇଛି। ସ୍ତ୍ରୀ ରୋଗ ଓ ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି।MCH କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଥିଲା । ନିଆଁ ଦେଖି ରୋଗୀ ପାଟି କରିଥିଲେ । ନିଆଁରେ ଡାକ୍ତରଖାନାର ଆସବାବପତ୍ର ସବୁ ପୋଡ଼ି ନଷ୍ଟ ହୋଇ ଯାଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ଗତକାଲି ବିଳମ୍ବିତ ରାତିରେ MCH କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା ଧୁଆଁ ଦେଖି ରୋଗୀ ଚିତ୍କାର କରିଥିଲେ। ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଭବାନୀପାଟଣା ଟାଉନ ଥାନା ପୁଲିସ୍ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |