ଡାବୁଗାଁ ସରସତୀ ଶିଶୁ ବିଦ୍ୟା ମନ୍ଦିରରେ ତ୍ରୟୋବିଂଶ ବାର୍ଷିକ ଉତ୍ସବ ଅନୁଷ୍ଠିତ

ନବରଙ୍ଗପୁର(ମିହିର ଶଙ୍କର ପାତ୍ର): ଡାବୁଗାଁ ବ୍ଲକ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ୨୩ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ଅନୁଷ୍ଠାନର ସଭାପତି ହରେକୃଷ୍ଣ ବାଡତିଆ ସଭାପତିତ୍ବ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ଷ୍ଟ୍ୟାଟ ବ୍ୟାଙ୍କ ଶାଖା ପରିଚାଳକ ନୀତିଶ କୁମାର ସ୍ବାଇଁ ଯୋଗ ଦେଇ ଛୋଟ ଛୋଟ ଛାତ୍ର ଛାତ୍ରୀ ଙ୍କୁ ଉଦବୋଧନ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ବକ୍ତା ଅତିରିକ୍ତ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ ଯୋଗଦେଇ କିପରି ଛାତ୍ର ଛାତ୍ରୀ ନିଜ ଜୀବନକୁ ସୁନ୍ଦର ଭାବେ ଗଢିତୋଳିବା ନେଇ ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ଦେବରାଜ ଗୋପାଳ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁ ପ୍ରୋତ୍ସାହନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦକ ସଞ୍ଜୟ କୁମାର ପାଢ଼ୀ ଯୋଗ ଦେଇଥିଲେ ପରେ ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ କରି ଉପସ୍ଥିତ ସମସ୍ତଙ୍କୁ ମନମୁଗ୍ଧ କରିଥିଲେ । ଏହି କାର୍ଯ୍ୟକ୍ରମ କୁ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ଓ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ସମସ୍ତ ଅଭିଭାବକ ଯୋଗ ଦେଇଥିଲେ 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!