ଘାଟିରେ ଓଲଟିଲା ‘ଧଉଳି ଗଣନାଟ୍ୟ’ ଟ୍ରକ, ୬ ମୃତ

ମୟୂରଭଞ୍ଜ,୨୪।୧:ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ   ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରା ପାର୍ଟି ଟ୍ରକ୍‌। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଛନ୍ତି। ଦୁର୍ଘଟଣାର ଶିକାର ହୋଇଥିବା ଗାଡ଼ିଟି ଧଉଳି ଗଣନାଟ୍ୟର ଗାଡ଼ି ବୋଲି ଜଣାଯାଇଛି।ଯାତ୍ରା ପାର୍ଟି ଲୋକେ ଏକ ଟ୍ରକରେ ଯାତ୍ରା କରୁଥିବା ସମୟରେ ଏପରି ଅଘଟଣ ଘଟିଛି ।ଲାଇଟ୍‌ ଓ ବକ୍ସ ଆଦି ସରଞ୍ଜାମ ଭର୍ତ୍ତି କରି ଧଉଳି ଗଣନାଟ୍ୟର କର୍ମଚାରୀ ଆଜି ସକାଳେ ଏକ ଟ୍ରକ୍‌ରେ ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲେ। ଗାଡ଼ିଟି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ବାଙ୍ଗିରିପୋଷି ଘାଟି ରାସ୍ତା ଅତିକ୍ରମ କରୁଥିବା ବେଳେ ଶେଷ ମୋଡରେ ଡ୍ରାଇଭରଜଣକ ଭାରସାମ୍ୟ ହରାଇ ବସିଥିଲେ। ଫଳରେ ଗାଡ଼ିଟି ରାସ୍ତା ପ୍ରାୟ ୨୦ ଫୁଟ ତଳକୁ ଖସି ପଡ଼ିଥିଲେ। ଫଳରେ ଗାଡ଼ିରେ ଥିବା ଲାଇଟ୍‌, ବାକ୍ସ ତଳେ ବହୁ ଲୋକ ଚାପି ହୋଇ ଯାଇଥିଲେ।ଖବର ପାଇ ତୁରନ୍ତ ବାଙ୍ଗିରିପୋଷି ପୁଲିସ୍‌, ଅଗ୍ନିଶମ କର୍ମଚାରୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରିଥିଲେ। ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଛି।  ଏଥିରେ ୧୨ ଜଣ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ବାଙ୍ଗିରିପୋଷି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ସେମାନଙ୍କୁ ବାରିପଦାସ୍ଥିତ ପିଆରଏମ୍‌ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!