ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୪।୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ନୂଆ କ୍ୟାମ୍ପସ୍‌ର ଲୋକାର୍ପଣ କରିଛନ୍ତି।ସତ୍ୟବାଦୀ ଠାରେ ଓଡ଼ିଆ ଭାଷାର ଏନ୍ତୁଡ଼ିଶାଳକୁ ରାଜ୍ୟ ସରକାର ଓଡ଼ିଆ ବିଶ୍ୱବିଦ୍ୟାଳୟ ରୂପରେ ଓଡ଼ିଶାବାସୀଙ୍କୁ ଭେଟିଦେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସତ୍ୟବାଦୀରେ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ଶୁଭ ଉଦ୍‌ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହାକୁ ଭର୍ଚୁଆଲରେ ରହି ଉଦ୍‌ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ବିଭାଗୀୟ ସଚିବ ଅରବିନ୍ଦ ଅଗ୍ରୱାଲ, କୁଳପତି ସବିତା ପ୍ରଧାନ, ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭବାନୀଶଙ୍କର ଚଇନି, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଉପସ୍ଥିତ ସାମିଲଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!