ରାଜ୍ୟରେ କୋହଲା ପାଗ ,ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା

ଭୁବନେଶ୍ବର,୨୪।୧:ଭୁବନେଶ୍ୱର ଓ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ହୋଇଛି। ଆସନ୍ତାକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ। ବିଶେଷ କରି ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ବେଳକୁ ଓଡ଼ିଶାରୁ ବର୍ଷାର ମାତ୍ରା କମିବ। ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼ ଆଦି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ୨୬ ତାରିଖବେଳକୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷର ସୂଚନା ଦିଆଯାଇଛି।ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଓ ଆସନ୍ତାକାଲି ଅନୁରୂପ ପାଗ ରହିବ ବୋଲି ଜଣାଯାଇଛି। ଏଣେ ଆଗାମୀ ୨୬ ତାରିଖରୁ ପାଣିପାଗରେ ପରିବର୍ତ୍ତନ ଘଟିବ ବୋଲି ସୂଚନା ରହିଛି।୨୪ ଘଣ୍ଟାପରେ ପରବର୍ତ୍ତୀ ୩ ଦିନ ମଧ୍ୟରେ ୨ରୁ ୩ ଡ଼ିଗ୍ରି ଯାଏଁ ତଳକୁ ଖସିବ ରାତ୍ରି ତାପମାତ୍ରା |
ଉତ୍ତର ଉପକୂଳ ଓଡ଼ିଶା ସମେତ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ପାର୍ଶ୍ଵବର୍ତ୍ତୀ ସୋନପୁର, ବଲାଙ୍ଗୀର ଜିଲ୍ଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ଲାଗିରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!