କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ

ଭୁବନେଶ୍ଵର,୨୪।୧ : ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ସମାବେଶରେ ସେ ଦଳରେ ସାମିଲ ହୋଇଛନ୍ତି। କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ମିଶି ଥିଲେ।  ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇ ଥର ମନ୍ତ୍ରୀ (ନବୀନ ପଟ୍ଟନାୟକଙ୍କ ପ୍ରଥମ ଓ ଦ୍ୱିତୀୟ ପାଳିରେ) ମଧ୍ୟ ହୋଇଥିଲେ। ସେ କଳାହାଣ୍ଡି ଜିଲ୍ଲା ନର୍ଲା ବିଧାନସଭା ଆସନରୁ ୪ ଥର ନିର୍ବାଚିତ ହୋଇଥିବା ବେଳେ ଲାଞ୍ଜିଗଡ଼ ଆସନରୁ ଥରେ ବିଜୟୀ ହୋଇଥିଲେ।୧୯୯୦ ଓ ୧୯୯୫ରେ ବଳଭଦ୍ର ମାଝୀ ଜନତା ଦଳ ଟିକେଟରେ ନର୍ଲାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି ଗଠନ ହେବା ପରେ ସେ ସେଥିରେ ମିଶିଥିଲେ। ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ନର୍ଲା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।୨୦୦୯ରେ ସେ ବିଜେଡି ଟିକେଟରେ ଲାଞ୍ଜିଗଡ଼ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ତେବେ ୨୦୧୪ ବିଜେଡି ପୁଣି ତାଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଥିଲା ଓ ସେ ବିଜୟୀ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ଦଳ ଲାଞ୍ଜିଗଡ଼ରେ ପ୍ରଦୀପ କୁମାର ଦିଶାରୀଙ୍କୁ ପ୍ରାର୍ଥୀ କରିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!