ରାଜ୍ୟରେ ଲାଗି ରହିଛି ବର୍ଷା ଓ କୋହଲା ପାଗ

ଭୁବନେଶ୍ବର,୨୫।୧:ରାଜ୍ୟରେ ଲାଗି ରହିଛି ବର୍ଷା ଓ କୋହଲା ପାଗ|ଅଦିନିଆ ବର୍ଷା ସାଙ୍ଗକୁ   ଲାଗି ରହିଛି କୋହଲା ପାଗ। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ବି ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିବ। ଏଥିପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା ।ଆଜି ୧୬ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିବ। ସେହି ଜିଲ୍ଲା ଗୁଡ଼ିକ ହେଲା କନ୍ଧମାଳ,କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ବଲାଙ୍ଗିର,ଖୋ଼ର୍ଦ୍ଧା ,କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, ଢେଙ୍କାନାଳ, ରାୟଗଡ଼ା ,କୋରାପୁଟ ଓ କେନ୍ଦ୍ରାପଡ଼ା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!