ଶେଷ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା

ବରଗଡ,୨୬ା୧:ଗତକାଲି ରାତିରେ କଂସ ବଧ ସହ ସରିଛି ବରଗଡ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। କଂସ ବଧ ସହ ଧନୁଯାତ୍ରାରେ ଯବନିକା ପଡ଼ିଛି। ଅନ୍ୟାୟ ଉପରେ ନ୍ୟାୟର ବିଜୟ ହୋଇଛି। କ୍ରୁର କଂସର ଶାସନରୁ ମଥୁରାକୁ ମୁକ୍ତି ମିଳିଛି। ଏହାପରେ ଶ୍ରୀକୃଷ୍ଣ ଓ ଭାଇ ବଳରାମ ମଥୁରା ନଗରୀ ଭ୍ରମଣ କରିଛନ୍ତି।ଶ୍ରୀକୃଷ୍ଣଙ୍କ ସହ ଖରାପ ବ୍ୟବହାର ଓ କ୍ରୁର ଶାସନ ପାଇଁ ପାପ ମୁଣ୍ଡାଇଥିବା କଂସ ଭୂମିକାରେ ଅଭିନୟ କରିଥିବା କଳାକାର ହୃଷିକେଶ ଭୋଇ ଆଜି ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ। ପ୍ରଥମେ ମହୋଦଧିରେ ସ୍ନାନ କରିବା ପରେ ଶ୍ରୀଜିଉଙ୍କୁ ଦର୍ଶନ କରିବେ।୧୧ଦିନର ଏହି ଧନୁଯାତ୍ରାରେ ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲ୍ଲୀ ଗୋପପୁର ସାଜିଥିଲା। ଦେବକୀ ବସୁଦେବଙ୍କ ବିବାହରୁ ଆରମ୍ଭ ହୋଇଥିଲା ଧନୁଯାତ୍ରା। ଏହାପରେ କଂସଙ୍କୁ ଦୈବବାଣୀ, ଉଗ୍ରେସନଙ୍କୁ ଗାଦିଚ୍ୟୁତ କରି କଂସଙ୍କ ସିଂହାସନ ଆରୋହଣ, ଦେବକୀ ବସୁଦେବଙ୍କୁ କାରାଗାର ପ୍ରେରଣ, କୃଷ୍ଣ ଜନ୍ମ, କୃଷ୍ଣ ବଳରାମଙ୍କ ବାଲ୍ୟଲୀଳା, ଗୋପରୁ ମଥୁରା ଆଗମନ ଓ କଂସ ବଧ ପରିବେଷଣ କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!