ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି

କୋରାପୁଟ,,୨୬।୧:କୋରାପୁଟ ଜିଲ୍ଳା ବୋରିଗୁମ୍ମା ଥାନା ଅନ୍ତର୍ଗତ ବିଜାପୁରରେ ଆଜି ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୩ ଜଣଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ନବୀନ ୩ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହ ଆହାତଙ୍କୁ ଉପଯୁକ୍ତ ଚିକିତ୍ସା ମାଗଣାରେ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି।ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ କୋରାପୁଟ ମେଡିକାଲ କଲେଜ ଓ ହସ୍‌ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନଙ୍କୁ ବୋରିଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।ଏ ଦୁର୍ଘଟଣାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଦ୍ରୁତ ଗତି ଓ ଓଭର ଟେକିଂ ଯୋଗୁ ଏହି ସିରିଜ୍‌ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି|ବୋରିଗୁମ୍ମା ଥାନା ବିଜାପୁରରେ ମର୍ମନ୍ତୁଦ ସିରିଜ ଦୁର୍ଘଟଣା ଘଟିଛି। ଏକ କାର ଗୋଟିଏ ଅଟୋ ଓ ଦୁଇଟି ବାଇକକୁ କ୍ରମାଗତ ଭାବେ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣ ମହିଳାଙ୍କ ସମେତ ୩ଜଣଙ୍କ ମୃତ ହୋଇଥିଲା ଏବଂ ୧୩ଜଣ ଗୁରୁତର ହୋଇଥିଲେ। ୧୩ ଗୁରୁତରଙ୍କୁ ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ ଜଣ ଅବସ୍ଥା ଅଧିକ ଗୁରୁତର ରହିବାରୁ ସେମାନଙ୍କୁ କୋରାପୁଟ ମେଡ଼ିକାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!