ଭୁବନେଶ୍ୱର,୨୭।୧: ଆଦିବାସୀ ମେଳା ୨୦୨୪ ଭୁବନେଶ୍ୱର ଆଦିବାସୀ ପ୍ରଦର୍ଶନୀ ପଡିଆରେ ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନସ ମାଧ୍ୟମରେ ଉଦଘାଟନ କରିଥିଲେ।ଆଦିବାସୀ ମେଳାରେ ୧୦୯ ଷ୍ଟଲ୍ ଲାଗିଥିବା ବେଳେ ମେଳାରେ ମୁଖ୍ୟ ଆକର୍ଷଣ ସାଜିଛି ୧୦ଟି ଜନଜାତିଙ୍କ ଘର।ନଜାତି ସମ୍ପ୍ରଦାୟର ଚାଲି ଚଳଣି, ସେମାନଙ୍କ ଘର ସ୍ମାର୍ଟସିଟି ବାସୀଙ୍କ ମନୋରଞ୍ଜନ କରୁଛି। ଉଦଘାଟନୀ ଅବସରରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଷ୍ଟଲ୍ ଗୁଡ଼ିକ ବୁଲିବା ସହ ଦାରିଙ୍ଗିବାଡିର ହର୍ବାଲ ଟି’ ପିଇଥିଲେ। କିଛି ବ୍ୟବସାୟୀଙ୍କୁ ଉପହାର ମଧ୍ୟ ଦେଇଛନ୍ତିଏଥିରେ ଜନଜାତିଙ୍କଦ୍ୱାରା ପ୍ରସ୍ତୁତ ଓ ସଂଗୃହୀତ କଳା ସାମଗ୍ରୀ, ଲଘୁ ବନଜାତ ଦ୍ରବ୍ୟ, କୃଷିଜାତ ଦ୍ରବ୍ୟ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ପ୍ରଦର୍ଶନୀ ସହ ବିକ୍ରୟ କରାଯିବ । ଏହି ମେଳା ଫେବୃଆରୀ ୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ରତ୍ୟହ ଅପରାହ୍ଣ ସାଢେ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଦର୍ଶନୀ ଖୋଲା ରହିବ । ମେଳାରେ ୧୦୯ ଷ୍ଟଲ ଲାଗିଥିବା ବେଳେ ମେଳାରେ ମୁଖ୍ୟ ଆକର୍ଷଣ ସାଜିଛି ୧୦ ଜନଜାତିଙ୍କ ଘର।ଚଳିତ ବର୍ଷ ଆଦିବାସୀ ମେଳା ଫେବୃଆରି ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଦିବାସୀ ମାନଙ୍କର ହସ୍ତଶିଳ୍ପ, କଳାକୃତି, କୃଷିଜାତ ସାମଗ୍ରୀ ଏବଂ ସେମାନଙ୍କ ଦ୍ୱାରା ଜଙ୍ଗଲରୁ ସଂଗୃହୀତ ଦ୍ରବ୍ୟ ଗୁଡ଼ିକ ପ୍ରଦର୍ଶିତ କରାଇବା ଓ ସେସବୁର ବିକ୍ରି ନିମନ୍ତେ ଏକ ବଜାର ସୃଷ୍ଟି କରିବା ମେଳାର ମୁଖ୍ୟ ଉଦ୍ଦେଶ୍ୟ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |