ଘର କାନ୍ଥ ଭାଙ୍ଗି ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ

ଦେବଗଡ଼,୨୭।୧: ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଅଘଟଣ। ଟିପିରିସିଙ୍ଗା ଗ୍ରାମରେ ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ। ଘଟଣା ସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାଁ ସୁରୁବାଲି କିସାନ ଓ ଖଇରି କିସାନ ବୋଲି ଜଣାପଡ଼ିଛି। ବିଳମ୍ବିତ ରାତି କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ। ଜୀବନ ବିକଳରେ ଦୌଡ଼ି ପଳାଉଥିବା ବେଳେ ଦୁଇ ଜଣଙ୍କୁ ଦଳି ଦେଇଥିଲା। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।ଘର ଭାଙ୍ଗି ପଶିଗଲା ଦନ୍ତା । ପରେ ଦୁଇ ଜଣଙ୍କ ନେଲା ଜୀବନ । ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଏପରି ଅଘଟଣ ଘଟିଛି । ଦୁଇ ଜଣଙ୍କୁ ଦନ୍ତା ହାତୀ ଦଳିଦେବା ଫଳରେ ସେମାନଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।ମୃତକମାନେ ହେଲେ ସୁରୁବାଲି କିସାନ ଓ ଖଇରି କିସାନ । ଗତ ବିଳମ୍ବିତ ରାତିରେ କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ । ଜୀବନ ବିକଳରେ ଦୌଡ଼ି ପଳାଉଥିବା ବେଳେ ଦୁଇ ଜଣଙ୍କୁ ଦଳି ଦେଇଥିଲା । ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!