ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗାଡି ଧକ୍କାରେ ଯୁବକ ମୃତ

କାମାକ୍ଷାନଗର,,୨୭ା୧: କାମାକ୍ଷାନଗର ଥାନା ରେକୁଳା ଛକ ନିକଟରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଜୁଏଲ ଓରାମଙ୍କ ଇନୋଭା ଧକ୍କାରେ ଜଣେ RMCA କର୍ମଚାରୀଙ୍କ ମୃତ୍ୟୁ ଘଟିଛି।ସୁନ୍ଦରଗଡ ବିଜେପି ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି। ଆଜି ଅପରାହ୍ନ ୨ଟା ସମୟରେ ଭୁବନେଶ୍ୱରରୁ ରାଉରକେଲାକୁ ଯିବା ସମୟରେ ଏହି ଦୁର୍ଘଟଣା ହୋଇଛି।ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟ ରେକୁଳା ଗାଁ ନିକଟରେ ଜଣେ ବାଇକ ଆରୋହୀଙ୍କୁ ସାଂସଦଙ୍କ ଗାଡି ଧକ୍କା ଦେଇଥିଲା । ଏହାପରେ ଗୁରୁତର ଅବସ୍ଥାରେ ଯୁବକଙ୍କୁ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା। ହେଲେ ସେଠାରେ ବାଇକ ଆରୋହୀଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସାଂସଦ ଜୁଏଲ ଓରାମଙ୍କ ଗାଡିର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଅନ୍ୟପଟେ ବାଇକ ମଧ୍ୟ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଥିବା ଦେଖିବାକୁ ମିଳୁଛି। ସେପଟେ ଏହି ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସାଂସଦ ଜୁଏଲ ଓରାମ । ତେବେ ତାଙ୍କ ଗାଡି ଆଗକୁ ହଠାତ୍ ବାଇକ ଆସିଯିବାରୁ ଦୁର୍ଘଟଣା ଘଟିଥିବା ଜୁଏଲ ଓରାମ କହିଛନ୍ତି। ସାଂସଦ ଜୁଏଲ ଓରାମ ବର୍ତ୍ତମାନ କାମାକ୍ଷାନଗର ଥାନାରେ ଉପସ୍ଥିତ ରହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!