ଆସିବ ଆଉ ୧୨୦୦ ଆମ୍ବୁଲାନ୍ସ,୧୦ ମିନିଟ୍‌ରେ ମିଳିବ ସେବା,

ଭୁବନେଶ୍ବର,୨୮।୧:  ରାଜ୍ୟରେ ସରକାରଙ୍କ ପକ୍ଷରୁ ୧୦୮ ଆମ୍ବୁଲାନ୍ସ ଜରିଆରେ ରୋଗୀ, ଆହତଙ୍କ ପରିବହନ କରାଯାଉଛି। ଦୁର୍ଘଟଣା ଜନିତ ମୃତ୍ୟୁ ରୋକିବା ପାଇଁ ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୧୨୦୦ଟି ନୂଆ ଆମ୍ବୁଲାନ୍ସ ସାମିଲ କରିବାକୁ ଯାଉଛି ।ଦୁର୍ଘଟଣା ଯୋଗୁଁ ରାସ୍ତା ଉପରେ ଚାଲିଯିବ ନାହିଁ ଜୀବନ। ଫୋନ୍‌ ଆସିବାର ୧୦ ମିନିଟ୍‌ ମଧ୍ୟରେ ଆହତ, ରୋଗୀଙ୍କ ନିକଟରେ ପହଞ୍ଚିବ ସରକାରୀ ଆମ୍ବୁଲାନ୍ସ। ଏଥିପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୨୦୨୭ ସୁଦ୍ଧା ୧୨୦୦ ନୂଆ ଆମ୍ବୁଲାନ୍ସ ଆଣିବ। ପ୍ରତି ବର୍ଷ ୩୦୦ ଲେଖାଏଁ ଆମ୍ବୁଲାନ୍ସ ରୋଗୀ ସେବାରେ ନିୟୋଜିତ କରିବା ପାଇଁ ନିଷ୍ପତ୍ତି ହୋଇଛି। ଗୁରୁତ୍ୱପୂର୍ଣ୍ଣ ହେଉଛି ଏସବୁ ଆମ୍ବୁଲାନ୍ସରେ ଅତ୍ୟାଧୁନିକ ଜୀବନ ରକ୍ଷାକାରୀ ବ୍ୟବସ୍ଥା ଉପଲବ୍ଧ ହେବ। ଯଦ୍ଦ୍ୱାରା ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ଆହତ, ରୋଗୀଙ୍କ ଚିକିତ୍ସା ଆରମ୍ଭ ହୋଇପାରିବ। ପ୍ରତି ୫୦୦୦୦ ଲୋକଙ୍କ ପାଇଁ ଅନ୍ତତଃ ଗୋଟିଏ ଆମ୍ବୁଲାନ୍ସ ରହିବ। ଏଥିଲାଗି ରାଜ୍ୟ ସରକାର ୧୯୦୬ କୋଟି ଟଙ୍କାର ଏକ ବ୍ୟୟ ଅଟକଳ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!