୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର

ପାଟନା, ୨୮।୧: ନୀତୀଶ କୁମାରଙ୍କ ଇସ୍ତଫା ପରେ ବିହାରରେ ଏକ ନୂତନ ସରକାର ଗଠନ ହେବାକୁ ଯାଉଥିଲେ ମଧ୍ୟ ଜେଡିୟୁ ମୁଖ୍ୟମନ୍ତ୍ରୀ ପଦରେ ରହିବେ। ବିହାର ରାଜନୀତିରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ନେଇ  ହଟଚମଟ ଲାଗି ରହିଛି । ଆଜି ସକାଳେ ନୀତିଶ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସନ୍ଧ୍ୟାରେ ପୁଣି ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ଆଜି ସନ୍ଧ୍ୟାରେ ବିହାରର ରାଜ୍ୟପାଳ ନୀତିଶଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରାଇଛନ୍ତି । ରାଜ୍ୟରେ ୯ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତିଶ କୁମାର । ଏଥର ଏନଡିଏ ସମର୍ଥନରେ ନୀତିଶ ହେଲେ ମୁଖ୍ୟମନ୍ତ୍ରୀ । ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମହାମେଣ୍ଟକୁ ବାଏ ବାଏ କହି ଏନ୍‌ଡିଏ ସମର୍ଥନରେ ସେ ପୁଣି ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ନୀତୀଶଙ୍କ ଏହି ଶପଥ ଗ୍ରହଣ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ।ନୀତିଶଙ୍କ ସହିତ ସମ୍ରାଟ ଚୌଧୁରୀ ଓ ବିଜୟ କୁମାର ସିହ୍ନା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି । ନୀତିଶଙ୍କ ଶପଥ ଗ୍ରହଣ ସମାରୋହରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!