ଆଜିଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲିଦେଖିବେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ

ପୁରୀ,୨୯ା୧:  ଆଜିଠାରୁ ବିଭିନ୍ନ ଜିଲ୍ଲାରୁ ଆସିଥିବା ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲି ଦେଖୁଛନ୍ତି। ଫେବୃଆରୀ ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ ମାନେ ପରିକ୍ରମା ପ୍ରକଳ୍ପ ବୁଲି ଦେଖିବେ । ପ୍ରଥମଦିନ ଗଞ୍ଜାମ, ବାଲେଶ୍ବର, ମୟୁରଭଞ୍ଜ, କଟକ ଓ କେନ୍ଦ୍ରାପଡା ଜିଲ୍ଳାର କିଛି ଅଞ୍ଚଳର ଜନ ସାଧାରଣଙ୍କୁ ବସ୍ ଯୋଗେ ପୁରୀକୁ ଅଣାଯାଇଛି। ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସ୍ ଗୁଡିକ ବିରହରେକୃଷ୍ଣପୁରରେ ଥିବା ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡର ବସ୍ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥବଲ୍ଲଭ ପିଲିଗ୍ରୀମ୍ ସେଣ୍ଟରକୁ ନିଆଯିବ । ପରେ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିଭ୍ରମଣ କରାଯିବ । ଜାନୁଆରୀ ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପିତ ହୋଇଥିଲା। ପ୍ରକଳ୍ପ ଲୋକାର୍ପଣ ପୂର୍ବରୁ ସମଗ୍ର ରାଜ୍ୟରେ ଅର୍ପଣ ରଥ  ପରିଭ୍ରମଣ କରିଥିଲା। ପ୍ରତ୍ୟେକ ବ୍ୟକ୍ତି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୁଆ ଅର୍ପଣ କରିଥିଲେ। ସେତେବେଳେ ସରକାର ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାର ଶ୍ରଦ୍ଧାଳୁ ମାନଙ୍କୁ ମହାପ୍ରଭୁଙ୍କ ଦର୍ଶନ  ଓ ଏହି ପ୍ରକଳ୍ପ ପରିଭ୍ରମଣ କରାଯିବ ବୋଲି ସୂଚନା ଦେଇଥିଲେ।ସମସ୍ତ ଶ୍ରଦ୍ଧାଳୁଙ୍କୁ ନେଇ ଆସୁଥିବା ବସଗୁଡିକ ବୀରହରେକୃଷ୍ଣପୁର ଡାହାଣ ପାର୍ଶ୍ବରେ ଯାଇ ସମଙ୍ଗ ପାର୍କିଂ ସ୍ଥଳରେ ପହଞ୍ଚିବେ। ସେଠାରୁ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଫିଡ଼ର ବସ୍‌‌ ମାଧ୍ୟମରେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲଗ୍ରିମ ସେଣ୍ଟରକୁ ନିଆଯିବ। ସେଠାରୁ ଶ୍ରୀମାର୍ଗ ଦେଇ ମହାପ୍ରଭୁଙ୍କ ଦର୍ଶନ ଓ ପରିକ୍ରମା ପ୍ରକଳ୍ପ ପରିକ୍ରମଣ କରାଯିବ।ଏହି କାର୍ଯ୍ୟରେ ବିଭିନ୍ନ ଅଧିକାରୀ, କର୍ମଚାରୀ, ସୁରକ୍ଷା କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ପ୍ରଥମ ଦିନର କାର୍ଯ୍ୟସୂଚୀ ଅନୁସାରେ ସକାଳ ୯ ଟାରେ କଟକ ମହାନଗର ନିଗମ ଓ ୧୦ଟାରେ କଟକ ଜିଲ୍ଲାର ଅନ୍ୟ ବ୍ଲକ ଅଞ୍ଚଳର ଶ୍ରଦ୍ଧାଳୁ ପହଞ୍ଚିବେ। ସେହିପରି ମୟୂରଭଞ୍ଜ, ବାଲେଶ୍ୱର ସକାଳ ୧୦ ଘଟିକା, ଗଞ୍ଜମ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳର ଶ୍ରଦ୍ଧାଳୁ ମାନେ ଦିବା ୧୨ ଘଟିକାରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।ଏହି କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁ ରୁପେ ପରିଚାଳନା କରିବା ପାଇଁ ପଞ୍ଚାୟତରାଜ ବିଭାଗ ଓ ଜିଲ୍ଲା ପ୍ରଶାସନ କ୍ୟାଲେଣ୍ଡର ସହ ନୋଡ଼ାଲ ଅଫିସରମାନଙ୍କୁ ନିୟୋଜିତ କରିଛନ୍ତି ବୋଲି ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!