ଭୁବନେଶ୍ୱର,୨୯।୧: କଟକ-ଭୁବନେଶ୍ୱର ଦ୍ୱୈତନଗରୀର ନୂଆ ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ସଂଜୀବ ପଣ୍ଡା । ପୋଲିସ କମିଶନରଙ୍କ କାର୍ଯ୍ୟାଳୟରେ ପହଂଚିବା ପରେ ତାଙ୍କୁ ଗାର୍ଡ଼ ଅଫ୍ ଅନର ଦିଆଯାଇଥିଲା । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି । ୧୯୯୪ ବ୍ୟାଚର ଓଡ଼ିଆ ଆଇପିଏସ୍ ଅଧିକାରୀ ହେଉଛନ୍ତି ସଂଜୀବ ପଣ୍ଡା । ପୋଲିସ କମିଶନର ଦାୟିତ୍ୱ ନେବା ପୂର୍ବରୁ ସେ ରାଜ୍ୟ ପୋଲିସ ହାଉସିଂ ୱେଲଫେୟାର କର୍ପୋରେସନର ସିଏମଡି ଦାୟିତ୍ୱରେ ଥିଲେ । ପୂର୍ବରୁ ସେ ପୁରୀ ଏସ୍ପି, ଆଇଜି ପର୍ସନାଲ, ଆଇଜି ଓଏସ୍ଏପି, ଏଡିଜି କ୍ରାଇମବ୍ରାଞ୍ଚ, ପରିବହନ କମିଶନର ଆଦି ବିଭିନ୍ନ ଦାୟିତ୍ୱ ତୁଲାଇଛନ୍ତି ।ବିଭିନ୍ନ କ୍ଷେତ୍ରରେ ଜନସାଧାରଣ ପୁଲିସକୁ ସହାୟତା କରିବାକୁ ଆଗଭର ହୁଅନ୍ତୁ । ଜନସାଧାରଣଙ୍କ ସହାୟତାରେ କମିଶନରେଟ ପୁଲିସକୁ ଆଗକୁ ନେବୁ । ଆଗକୁ ନିର୍ବାଚନ ଥିବାରୁ ସେ ନେଇ ସମସ୍ତ ପ୍ରସ୍ତୁତି ଚାଲିଛି । ଟ୍ୱିନ୍ ସିଟିରେ ଆଜି ନୂଆ ପୁଲିସ କମିଶନର ଭାବେ ସଂଜୀବ ପଣ୍ଡା ଦାୟିତ୍ୱ ନେବା ପରେ ଏଭଳି କହିଛନ୍ତି ।ନୂଆ ପୁଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ମୁଣ୍ଡ ଉପରେ ନିର୍ବାଚନ ଅଛି। ତାହାକୁ କିପରି ସୁରଖୁରରେ ସମ୍ପାଦନ କରାଯିବ, ସେଥିନିମନ୍ତେ ଏବେଠୁ ପ୍ରସ୍ତୁତି ଆରମ୍ଭ ହୋଇଯିବ । ଏଥିସହ ୫ଟି ଓ ମୋ’ ସରକାରର ସମସ୍ତ ନିୟମ ଅନୁପାଳନ କରିବୁ। ଏହାଦ୍ୱାରା ପୁଲିସ୍ ସାଧାରଣ ଲୋକଙ୍କ ନିକଟତର ହେବା ସହ ଅଧିକ ସେବା ଯୋଗାଇ ଦେଇ ପାରିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |