ଫେବୃଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ।ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ। ଏଥିନିମନ୍ତେ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ।ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ। ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ।ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖଫେବ୍ରୁଆରୀ ୧୬ରେ ଯାଞ୍ଚ ହେବା ସହ ୨୦ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର କରାଯିବ ବୋଲି ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!