ଭୁବନେଶ୍ୱର,୩୦।୧:  ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ବରିଷ୍ଠ ଓଏଏସ୍ ବିମଳେନ୍ଦୁ ରାୟଙ୍କୁ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ରାୟ ଏବେ ଏକ୍ସପୋର୍ଟ ପ୍ରମୋସନ ଆଣ୍ଡ ମାର୍କେଟିଂ(ପିଇପିଏମ)ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଯୁଗ୍ମ ସଚିବ ଭବାନୀ ପ୍ରସାଦ ମିଶ୍ରଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ପୁରୀ ଅତିରିକ୍ତ ଜିଲ୍ଲାପାଳ ବରିଷ୍ଠ ଓଏଏସ୍ ପ୍ରଦୀପ କୁମାର ସାହୁ(କ)ଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ଅତିରିକ୍ତ ପ୍ରଶାସକ ଭାବେ ବଦଳି ହୋଇଛି । ସେହିପରି ସମ୍ବଲପୁରର ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ(ଖ)ଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ବରଗଡ଼ର ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରାଙ୍କୁ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ, ଭବାନୀ ପ୍ରସାଦ ମିଶ୍ରଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ ବଦଳି ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!