ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ମାଲକାନଗିରି,୩୦।୧ : ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଆୟ ବର୍ହିଭୂତ ସଂପତ୍ତି ଅଭିଯୋଗରେ ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ମାଲକାନଗିରି, ଭୁବନେଶ୍ୱର ଓ ବାଲେଶ୍ୱର ଜିଲ୍ଲାର ଜଳେଶ୍ୱର ସମେତ ୭ଟି ସ୍ଥାନରେ ଏହି ଚଢାଉ ଜାରି ରହିଛି |ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ଯ୍ୟାଳୟ ସହ ଭୁବନେଶ୍ବର ଓ ବାଲେଶ୍ବର ବାସଭବନ ଉପରେ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ। ମାଲକାନଗିରି ସମେତ ନିଜ ଘର ଜଳେଶ୍ୱର ଓ ଭୁବନେଶ୍ବରରେ ଥିବା ନିଜସ୍ବ ଏକ ଫ୍ଲାଟ ଓ ପୋଖରୀପୁଟରେ ଥିବା ଶ୍ୱଶୁର ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ମାଲକାନଗିରି ଭଡ଼ା ଘରୁ ଏ ପର୍ଯ୍ୟନ୍ତ ୧ ଲକ୍ଷ ୨୦ ହଜାର ଟଙ୍କା ନଗଦ ମିଳିଥିବା ବେଳେ ଏକାଧିକ ବ୍ୟାଙ୍କ ଏକାଉଣ୍ଟର ପାସ ବୁକ ସହ ୩୦ଟି ଏଟିଏମ ଓ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ। ଜୟପୁର ଭିଜିଲାନ୍ସ ଅତିରିକ୍ତ ଏସପି ଅରୁଣ କୁମାର ନାୟକଙ୍କ ଏହି ଚଢ଼ାଉ ଜାରି ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!