ପୁରୀ,୩୦।୧:ଆସନ୍ତାକାଲି ବୁଧବାର ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି, ଯାହାକି ଆସନ୍ତାକାଲି ଅନୁଷ୍ଠିତ ହେବ। ଏହି ବନକଲାଗି ନୀତି ସମୟରେ ଠାକୁରଙ୍କ ଦର୍ଶନ ଉପରେ କଟକଣା ରହିବ । ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ।ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ଏହି ନୀତି ପାଇଁ ୩ରୁ ୪ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ଯ୍ୟ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |