ପୁରୀ,୩୧।୧:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି। ସନ୍ଧ୍ୟାରେ ୩ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ପବିତ୍ର ମାଘ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି।ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |