ଆଜିଠୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧ : ଆଜିଠୁ ସଂସଦର ବଜେଟ ଅଧିବେଶନ ଆରମ୍ଭ   । ଏହା ଆସନ୍ତା ଫେବୃୟାରୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା କାଲି ଉପସ୍ଥାପିତ ହେବ ଅନ୍ତରୀଣ ବା କାମଚଳା ବଜେଟ ।ଏହା ପୂର୍ବରୁ ଆଜି ଉଭୟ ଗୃହକୁ ସମ୍ବୋଧନ କରିଛନ୍ତି ମହାମହିମ ରାଷ୍ଟ୍ରପତି । ମିଳିତ ସଦନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ରାଷ୍ଟ୍ରପତି ନିଜ ବକ୍ତବ୍ୟରେ ଭାରତର ଶ୍ରେଷ୍ଠତା ବଖାଣିଛନ୍ତି ।ଚଳିତ ବର୍ଷ ପ୍ରଥମ ଥର ପାଇଁ ନୂଆ ସଂସଦରେ ନିଜର ଅଭିଭାଷଣ ରଖିଛନ୍ତି ମହାମହିମ ରାଷ୍ଟ୍ରପତି । ଏହି ଅବସରରେ ନୂଆ ଭାରତ, ଶ୍ରେଷ୍ଠ ଭାରତ ସଂକଳ୍ପ ପାଇଁ ଆହ୍ୱାନ ଦେଇଛନ୍ତି । ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂରଣ ହୋଇ ସାରିଛି । ବହୁ ଲୋକଙ୍କ ଧୈର୍ଯ୍ୟ, ପ୍ରତୀକ୍ଷା, ତପସ୍ୟାର ଅବସାନ ଘଟିଛି । ରାମ ମନ୍ଦିର ଆକାଂକ୍ଷା ପୂରଣ ହୋଇଛି ବୋଲି କହିଛନ୍ତି ରାଷ୍ଟ୍ରପତି ।ଜାମ୍ମୁ କାଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ହୋଇଛି । ୩ ତଲାକ୍ ବିଲ୍ ମଧ୍ୟ ଆଇନରେ ପରିଣତ ହୋଇଛି । ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପଂକ୍ତିକୁ ଉଦ୍ଧାର କରି ରାଷ୍ଟ୍ରପତି ଓଡ଼ିଆରେ କହିଛନ୍ତି.. ‘ମିଶୁ ମୋର ଦେହ ଏ ଦେଶ ମାଟିରେ, ଦେଶବାସୀ ଚାଲି ଯାଆନ୍ତୁ ପିଠିରେ’… ସରକାର ୱାନ୍ ରାଙ୍କ, ୱାନ୍ ପେନସନ୍ ଲାଗୁ କରିବା କଥା ମଧ୍ୟ ଗୃହରେ ଉପସ୍ଥାପନ କରିଛନ୍ତି ରାଷ୍ଟ୍ରପତି ।ଚଳିତ ଅଧିବେଶନରେ କାର୍ଯ୍ୟଦିବସ ସଂଖ୍ୟା ଖୁବ୍‌ କମ୍‌ ରହିଥିବାରୁ କେନ୍ଦ୍ର ସରକାରଙ୍କ ଦ୍ବାରା ପ୍ରାଥମିକତା ଭିତ୍ତିରେ ଜରୁରୀ ବିଲ୍‌ଗୁଡ଼ିକ ଆଗତ କରାଯିବା ସମ୍ଭାବନା ରହିଛି। ଅନ୍ୟପକ୍ଷେ, ଏଥର ମଧ୍ୟ ଓଡ଼ିଶା ବିଧାନ ପରିଷଦ ଗଠନ ସଂକ୍ରାନ୍ତ ବିଲ୍‌ କେନ୍ଦ୍ର ସରକାରଙ୍କ ଏଜେଣ୍ଡାରେ ନଥିବା ଜଣାପଡ଼ିଛି। ବିଜେଡି ଏହି ବିଲ୍‌କୁ ଆଗତ କରିବା ପାଇଁ ଦାବି ଚଳିତ ଅଧିବେଶନରେ କରିବ। ଏଥିସହିତ ବିଜେଡି ବଜେଟ୍‌ ଅଧିବେଶନ କାଳରେ ରାଜ୍ୟରେ ଜାତୀୟ ରାଜପଥ, ଉପକୂଳ ରାଜପଥର କାର୍ଯ୍ୟ ତ୍ବରାନ୍ବିତ, ପ୍ରଧାନମନ୍ତ୍ରୀ ଆବାସ ‌ଯୋଜନା(ଗ୍ରାମୀଣ) ଅନ୍ତର୍ଗତ ୭ ଲକ୍ଷ ଆବାସର ଆବଣ୍ଟନ; ହୋ, ମୁଣ୍ଡାରୀ, ଭୂମିଜ, ସୌରା ଓ କୁଇ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ; ରାଜ୍ୟର ୧୬୯ଟି ଜାତିକୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ, କେନ୍ଦୁପତ୍ର ଉପରୁ ଜିଏସ୍‌ଟି ପ୍ରତ୍ୟାହାର, ପ୍ରଧାନମନ୍ତ୍ରୀ ଫସଲ ବୀମା, କୃଷିଜାତ ଦ୍ରବ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ନିର୍ଦ୍ଧାରଣ, ସ୍ବାମୀନାଥନ କମିସନଙ୍କ ସୁପାରିସକୁ ଲାଗୁ କରିବା, ସମ୍ବିଧାନରେ ଅହିଂସା ଶବ୍ଦକୁ ସାମିଲ କରିବା ଭଳି ପ୍ରସଙ୍ଗ ପୁଣିଥରେ କେନ୍ଦ୍ର ସରକାରଙ୍କର ଦୃଷ୍ଟି ଆକର୍ଷଣ କରିବ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!