ଭୁବନେଶ୍ୱର ,,୩୧।୧: କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଆଜି ହାଇକୋର୍ଟ ଶୁଣାଣି କରିଛନ୍ତି । ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି ହୋଇଥିବା ନେଇ ପୂର୍ବରୁ ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା । ଏହାପରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଅନିୟମିତତା ମାମଲାରେ ହାଇକୋର୍ଟ ରୋକ୍ ଲଗାଇଥିଲେ । ଏଥିସହିତ ଉକ୍ତ ନିଯୁକ୍ତି ଉପରେ ରହିତାଦେଶ ଜାରି କରାଯାଇଥିଲା ।ଜୁନିଅର ଟିଚର ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ତେବେ ନିଯୁକ୍ତି ପ୍ରକ୍ରିୟା ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ ବଳବତ୍ତର ରହିଛି । ଆଜି ମାମଲାର ଚୂଡାନ୍ତ ଶୁଣାଣି ଚାଲିଥିବା ବେଳେ ରାଜ୍ୟ ସରକାର କେତୋଟି ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି ।ଯାହାକୁ ଆବେଦନକାରୀ ବିରୋଧ କରିଛନ୍ତି । ଆବେଦନକାରୀଙ୍କ ପକ୍ଷରୁ ଏ ପ୍ରଶ୍ନ ଉଠିଥିଲାକି ଶିକ୍ଷକ ନିଯୁକ୍ତି ଜିଲ୍ଲା ଭିତ୍ତିକ ହେଉଛି ନା ରାଜ୍ୟ ଆଧାରରେ । ଯାହା ଉତ୍ତରରେ (ଏଜି) କହିଛନ୍ତିକି, ନିଯୁକ୍ତି ଜିଲ୍ଲା ଆଧାରରେ ହେବାର ଅଛି ।ତେବେ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଚାଲିଥିବା ବେଳେ ନିୟମରେ କାହିଁକି ପରିବର୍ତ୍ତନ କରାଗଲା ବୋଲି ଆବେଦନକାରୀ ପ୍ରଶ୍ନ କରିଛନ୍ତି, ଉଭୟ ପକ୍ଷର ଯୁକ୍ତି ଶୁଣିବା ପରେ ହାଇକୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି । ଯାହା କୌଣସି ମୁହୂର୍ତ୍ତରେ ପ୍ରକାଶ ପାଇପାରେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |