ଭୁବନେଶ୍ୱର,୩୧ା୧ଫେବ୍ରୁଆରୀ ୬ ତାରିଖରେ ଓଡ଼ିଶା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ୬ତାରିଖ ସନ୍ଧ୍ୟାରେ ବୀରମିତ୍ରପୁରରେ ତାଙ୍କୁ ସ୍ୱାଗତ କରାଯିବ। ପିସିସି ସଭାପତି ଶରତ ପଟ୍ଟନାୟକ ଆଜି ଏହି ସୂଚନା ଦେଇଛନ୍ତି।ସେ କହିଛନ୍ତି ଯେ, ୬ ତାରିଖ ସନ୍ଧ୍ୟାରେ ରାହୁଲ ଗାନ୍ଧି ବୀରମିତ୍ରପୁରରେ ପହଞ୍ଚିବେ। ସେହିଠାରେ ତାଙ୍କୁ ସ୍ୱାଗତ କରାଯିବ। ୩ଟି ସାଂଗଠନିକ ଜିଲ୍ଲାରେ ରାହୁଲଙ୍କର ନ୍ୟାୟ ଯାତ୍ରା କାର୍ଯ୍ୟକ୍ରମ ରହିଛି। ରାଉରକେଲା, ସୁନ୍ଦରଗଡ଼, ଝାରସୁଗୁଡ଼ାରେ ୭ ଓ ୮ରେ କାର୍ଯ୍ୟକ୍ରମ ରହିଛି। ରାଉରକେଲାରେ ରାହୁଲ ଗାନ୍ଧି ରୋଡ ଶୋ’ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |