ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୩୧।୧: ଚମ୍ପଇ ସୋରେନ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ ବୋଲି ସୂଚନା ମିଳିଛି। ଇଡି ହେମନ୍ତ ସୋରେନଙ୍କୁ ଗିରଫ କରିବା ପରେ ବିଧାୟକଙ୍କ ସହ ସେ ରାଜଭବନରେ ପହଞ୍ଚି ରାଜ୍ୟପାଳଙ୍କୁ ତାଙ୍କର ଇସ୍ତଫା ଦେଇଛନ୍ତି। ଏହାପରେ ଜେଜେଏମ ଏବଂ କଂଗ୍ରେସ ବିଧାୟକମାନେ ଚମ୍ପଇ ସୋରେନଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ କରାଇବାକୁ ରାଜ୍ୟପାଳଙ୍କୁ ଅନୁରୋଧ କରିଛନ୍ତି।ହେମନ୍ତ ସୋରେନଙ୍କ ଗିରଫ ପରେ ରାଜଭବନକୁ ଇଡି ସହ ସେ ଯାଇଥିଲେ। ରାଞ୍ଚିରେ ଥିବା ମୁଖ୍ୟମନ୍ତ୍ରୀ ବାସଭବନ ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ଡିଜିପି ଏବଂ ମୁଖ୍ୟ ସଚିବ ମଧ୍ୟ ମୁଖ୍ୟମନ୍ତ୍ରୀ ବାସଭବନରେ ପହଞ୍ଚିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!