ସୁପ୍ରିମକୋର୍ଟରୁ ହେମନ୍ତ ସୋରେନଙ୍କୁ ଝଟକା

  ନୂଆଦିଲ୍ଲୀ,୨।୨: ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଆବେଦନ ଶୁଣାଣି ନ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ ସୋରେନଙ୍କୁ କହିଛନ୍ତି ଆପଣ କାହିଁକି ହାଇକୋର୍ଟକୁ ଯାଉନାହାଁନ୍ତି।  ଆଜି ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଚମ୍ପଈ ସୋରେନ ଶପଥ ଗ୍ରହଣ କରିବେ । ତେବେ ଏଥିପାଇଁ ବହୁମତ ସାବ୍ୟସ୍ତ କରିବାକୁ ରାଜ୍ୟପାଳ ସିପି ରାଧାକୃଷ୍ଣନ ଚମ୍ପଈଙ୍କୁ ୧୦ ଦିନ ସମୟ ଦେଇଛନ୍ତି । ଗତକାଲି ସନ୍ଧ୍ୟା ସମୟରେ ଦ୍ୱିତୀୟ ଥର ପାଇଁ ଚମ୍ପଈ ରାଜ୍ୟପାଳଙ୍କୁ ଭେଟି ବହୁମତ ନେଇ ଦାବି କରିଥିଲେ ।ତେବେ ଗୋଟିଏ ପଟେ ଚମ୍ପଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ବେଳେ ଅନ୍ୟପଟେ ହେମନ୍ତ ସୋରେନଙ୍କୁ ଲାଗିଛି ଏକ ବଡ଼ ଝଟକା । ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଗତ ମାସ ୩୧ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହେମନ୍ତଙ୍କୁ ଗିରଫ କରିଥିଲା । ତେବେ ଏହାପରେ ହେମନ୍ତ ସୁପ୍ରିମକୋର୍ଟରେ ଏକ ଯାଚିକା ଦାୟର କରିଥିଲେ । ତେବେ ଉକ୍ତ ଯାଚିକା ଉପରେ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଅଗ୍ରାହ୍ୟ କରିବା ସହିତ ହାଇକୋର୍ଟ ଯିବାକୁ ପରାମର୍ଶ ଦେଇଛନ୍ତି ।ଇଡିର କାର୍ଯ୍ୟାନୁଷ୍ଠାନ ବିରୋଧରେ ହେମନ୍ତ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ ସେ ନ୍ୟାୟ ପାଇବେ ବୋଲି ଆଶା ରଖିଥିଲେ । ମାତ୍ର ସର୍ବୋଚ୍ଚ ଅଦାଲତ ତାଙ୍କୁ ନିରାଶ କରିଛନ୍ତି । ପ୍ରଥମେ ହାଇକୋର୍ଟ ଯିବାକୁ ସୁପ୍ରିମକୋର୍ଟ କହିଛନ୍ତି । ଯଦି ହାଇକୋର୍ଟ ଶୁଣାଣି ନ କରନ୍ତି ତେବେ ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାର ହେମନ୍ତଙ୍କ ପାଇଁ ଖୋଲା ଅଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି । ତେବେ ସୁପ୍ରିମକୋର୍ଟଙ୍କ ପରାମର୍ଶ ମାନି ହେମନ୍ତ ଏବେ ହାଇକୋର୍ଟରେ ଯାଚିକା ଦାୟର କରିପାରନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!