ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ

ଭୁବନେଶ୍ୱର,୨।୨: ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବସିବ। ସନ୍ଧ୍ଯା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ଯକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ।କ୍ୟାବିନେଟ ପରେ ପରେ ମନ୍ତ୍ରିପରିଷଦ ବୈଠକ ବସିବ। ଏଥିରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ। ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!