ନୂଆଦିଲ୍ଲୀ,୩।୨:ଲାଲକୃଷ୍ଣ ଆଡଭାନୀଙ୍କୁ ‘ଭାରତ ରତ୍ନ’। ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ପୋଷ୍ଟରେ କହିଛନ୍ତି ଯେ, ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯିବ। ମୁଁ ତାଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଛି। ଆଡଭାନୀ ଆମ ସମୟର ଅନ୍ୟତମ ସମ୍ମାନିତ ରାଜନେତା ଏବଂ ଭାରତର ବିକାଶରେ ତାଙ୍କର ଅବଦାନ ଅବିସ୍ମରଣୀୟ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |