ଭୁବନେଶ୍ୱର,୩।୨: ଓଡ଼ିଆ ଭାଷାର ପ୍ରଚାର, ସଂରକ୍ଷଣ ଓ ପ୍ରସାର ପାଇଁ ଆଜିଠୁ ଆରମ୍ଭ ହେଲା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ। ରାଜଧାନୀର ଜନତା ମଇଦାନରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହୋଇଛି ଆୟୋଜନ। ଯୋଗଦେଇଛନ୍ତି ରାଜ୍ୟର ବହୁ ଭାଷାବିତ୍ ଓ ଭାଷା ଗବେଷକ । ଓଡ଼ିଆ ଭାଷା କିପରି ଆଗକୁ ବଢ଼ିପାରିବ ଓ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଭାଷା କିପରି ଆଗକୁ ବଢ଼ି ପାରିବ ସେନେଇ ରହିଛି ଲକ୍ଷ୍ୟ।ଓଡ଼ିଆ ଭାଷାର ବୁଦ୍ଧିଜୀବୀ, ବିଦ୍ୱାନ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବାରେ ମଧ୍ୟ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ସାଜିବ ବୋଲି କୁହାଯାଉଛି । ରାଜ୍ୟରେ ପ୍ରତିବର୍ଷ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ ପାଳନ କରାଯିବା ସହିତ ରାଜ୍ୟ ମାତୃଭାଷା ଦିବସ ପାଳନ କରାଯିବ । ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ବିଭିନ୍ନ ନିଗମ ଅଫିସ, ସରକାରୀ ଅଫିସ, ଘରୋଇ ଅଫିସ, ଅନୁଷ୍ଠାନମାନଙ୍କରେ ଓଡ଼ିଆ ଭାଷା ଉପରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |