କଟକ,୩।୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ନିଯୁକ୍ତ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂଙ୍କୁ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନ ପାଟନା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ସୁପ୍ରିମକୋର୍ଟ କଲେଜିୟମ ପାଟନା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ନିଯୁକ୍ତି ଦେବା ପାଇଁ ସୁପାରିଶ କରିଥିଲେ ।୧୯୬୩ ଜାନୁୟାରୀ ୨୦ତାରିଖରେ ଜନ୍ମିତ ୬୦ବର୍ଷୀୟ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ। ୨୦୨୩ ମସିହାରେ ପାଟଣା ଉଚ୍ଚ ନ୍ୟାୟାଳୟର କାର୍ଯ୍ୟକାରୀ ମୁଖ୍ୟବିଚାରପତି ଭାବେ ନିଯୁକ୍ତି ପାଇଥିଲେ । ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୦୨୫ ଜାନୁୟାରୀ ମାସରେ ଅବସର ନେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |