ଭୁବନେଶ୍ୱର,୩।୨: : ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଶନିବାର ଝାରସୁଗୁଡାରେ ପହଞ୍ଚି ସାରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଝାରସୁଗୁଡାରୁ ସମ୍ବଲପୁର ଯିବେ ପ୍ରଧାନମନ୍ତ୍ରୀ। ୪୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ୍ ସମ୍ବଲପୁରର ସ୍ଥାୟୀ ପରିସର ଉଦ୍ଘାଟନ ସହ ୬୮ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ବ ମୂଲ୍ୟର ପ୍ରକଳ୍ପଗୁଡ଼ିକର ପ୍ରଧାନମନ୍ତ୍ରୀ ଉଦ୍ଘାଟନ ଓ ଶିଳାନ୍ୟାସ କରିବେ। ଏହାପରେ ଶ୍ରୀ ମୋଦୀ ସମ୍ବଲପୁରର ରେମେଡରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ସମ୍ବଲପୁର ସହର ସାରା ପୁଲିସ ଛାଉଣୀ ହୋଇଛି। ପ୍ରକଳ୍ପ ଲୋକାର୍ପଣ ଓ ଭିତ୍ତି ସ୍ଥାପନ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିବେ। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏବଂ କେନ୍ଦ୍ରର ଅନ୍ତରୀଣ ବଜେଟ୍ ଉପସ୍ଥାପନ ପରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଆସୁଥିବାରୁ ଏହି ଗସ୍ତର ଗୁରୁତ୍ବ ବୃଦ୍ଧି ପାଇଛି।ପ୍ରାୟ 400 କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ ସମ୍ବଲପୁର କ୍ୟାମ୍ପସର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହା ସହ 68 ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ । 3 ବର୍ଷ ତଳେ କୋଭିଡ୍ ସମୟରେ ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସ ଶିଳାନ୍ୟାସ କରିଥିଲେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |