ଓଡ଼ିଶାକୁ ମିଳିଲା ୭୦ ହଜାର କୋଟି ଟଙ୍କାର ଉପହାର

ସମ୍ବଲପୁର,୩।୨:   ଓଡ଼ିଶା-ସମ୍ବଲପୁର ଗସ୍ତରେ ଆସିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏଠାରେ ପହଞ୍ଚି ସେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ । ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇ ମୋଦୀ ଓଡ଼ିଶାକୁ ଏକ ବଡ଼ ଉପହାର ଭେଟି ଦେଇଛନ୍ତି । ରାଜ୍ୟର ବିକାଶ ପାଇଁ ଆଜି ଏକ ମହତ୍ତ୍ୱପୂର୍ଣ୍ଣ ଦିବସ ବୋଲି ମୋଦୀ ପ୍ରକାଶ କରିଛନ୍ତି । ସାରା ରାଜ୍ୟରେ ବିଭିନ୍ନ ପ୍ରକଳ୍ପ ଏବଂ ବିକାଶାଭିମୁଖୀ କାର୍ଯ୍ୟ ପାଇଁ ୭୦ କୋଟି ଟଙ୍କାର ପ୍ରକଳ୍ପ ସମର୍ପଣ ହୋଇଥିବା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।ପ୍ରଧାନମନ୍ତ୍ରୀ ମୋଦୀ ସମ୍ବଲପୁରରେ ପହଞ୍ଚି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ।  ସମ୍ବଲପୁର IIM କ୍ୟାମ୍ପସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିବା ପରେ ବିଧିବଦ୍ଧ ଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ଏଥି ସହିତ ଅନ୍ୟ ୧୮ଟି ପ୍ରକଳ୍ପର ମଧ୍ୟ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ମୋଟ୍‌ ୬୮ ହଜାର କୋଟି ଟଙ୍କାର ୧୮ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରାଯାଇଥିବାବେଳେ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ଏବଂ ସ୍ଥାନୀୟ ସାଂସଦ ଓ ବିଧାୟକ ମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ସମ୍ବଲପୁର ଆଇଆଇଏମରେ ୪୦୦ କୋଟି ଟଙ୍କାର ସ୍ଥାୟୀ ପରିସରର ଉଦଘାଟନ କରିବା ସହ ଶକ୍ତି, ସଡ଼କ ଓ ରେଲୱେ ଭଳି ବିଭିନ୍ନ କ୍ଷେତ୍ରରେ ଅନେକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ୨୦୨୧ ମସିହାରେ ପ୍ରଧାନମନ୍ତ୍ରୀ ଆଇଆଇଏମ ପରିସରର ଶିଳାନ୍ୟାସ କରିଥିଲେ ପ୍ରଧାନମନ୍ତ୍ରୀ ମୋଦୀ । ପୁରୀ-ସୋନେପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସକୁ ସେ ସବୁଜ ସଂକେତ ଦେଇଛନ୍ତି । ଏହାବ୍ୟତୀତ ମୋଦୀ ଝାରସୁଗୁଡ଼ା ପ୍ରଧାନ ଡାକଘର ହେରିଟେଜ ବିଲଡିଂକୁ ମଧ୍ୟ ରାଷ୍ଟ୍ରକୁ ସମର୍ପଣ କରିଛନ୍ତି ।ସେହିପରି ଜଗଦୀଶପୁର-ହଳଦିଆ ଏବଂ ବୋକାରୋ-ଦାମରା ପାଇପଲାଇନ ପ୍ରକଳ୍ପର ୪୧୨ କି.ମି ଲମ୍ବା ଧାମରା-ଅଙ୍ଗୁଳ ପାଇପଲାଇନ ଖଣ୍ଡକୁ ମଧ୍ୟ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ‘ପ୍ରଧାନ ମନ୍ତ୍ର ଉର୍ଜା ଗଙ୍ଗା’ ଅଧୀନରେ ପ୍ରାୟ ୨,୪୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଓଡିଶାକୁ ଜାତୀୟ ଗ୍ୟାସ ଗ୍ରୀଡ ସହିତ ସଂଯୋଗ କରିବ। ଏହି ସମାରୋହରେ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି ।ଏଥି ସହିତ ମୋଦି ଆହୁରି କହିଛନ୍ତି ଯେ, ଭାରତର ସବୁ ରାଜ୍ୟ ବିକଶିତ ହେଲେ ଦେଶ ବିକଶିତ ହୋଇପାରିବ । ପ୍ରତି କ୍ଷେତ୍ରରେ ଓଡ଼ିଶାକୁ ଅଧିକରୁ ଅଧିକ ସହଯୋଗ ଦେଇଆସୁଛୁ । ଗତ ୧୦ ବର୍ଷରେ ପେଟ୍ରୋଲିୟମ କ୍ଷେତ୍ରରେ ଦେଢ଼ ଲକ୍ଷ କୋଟିର ନିବେଶ ହୋଇଛି । ରେଳବାଇ କ୍ଷେତ୍ରରେ ବିକାଶ ପାଇଁ ୧୨ ଗୁଣ ଅଧିକ ଅର୍ଥ ଦିଆଯାଇଛି । ଓଡ଼ିଶାର ଗ୍ରାମାଞ୍ଚଳରେ ୫୦ ହଜାର କିଲୋମିଟର ରାସ୍ତା ହୋଇଛି । ୪ ହଜାର କିଲୋମିଟର ଜାତୀୟ ରାଜପଥ ନିର୍ମାଣ କରାଯାଇଛି ମୋଦି କହିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!