ଭୁବନେଶ୍ୱର,୩।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ୨୦୨୪ ଉଦ୍ଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସାମୂହିକ ବନ୍ଦେ ଉତ୍କଳ ଗାନ କରାଯାଇଥିଲା । ଆଜି ଆରମ୍ଭ ହେଲା ଓଡିଆ ଭାଷାର ମହାକୁମ୍ଭ । ଓଡିଆ ଭାଷାର ମହୋତ୍ସବ। ଓଡିଆ ଭାଷାର ଉଲ୍ଲାସର ପର୍ବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଜନତା ମଇଦାନଠାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ ଉଦ୍ଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିବା ଅତିଥୀଙ୍କୁ ସମ୍ବୋଧିତ କରିଥିଲେ । କହିଥିଲେ ଯେ, ଆମେ ଓଡ଼ିଆ, ଓଡ଼ିଆ ଆମ ଭାଷା, ଆମ ପରିଚୟ ।୩ ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବର ପ୍ରଥମ ଦିନରେ ଭାଷାବିତ୍ ଡ.ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମାନରେ ସମ୍ମାନିତ କରାଯାଇଛି । ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି। ଏହି ସମ୍ମାନ ପାଇବାରେ ଡ. ପଟ୍ଟନାୟକ ହେଉଛି ପ୍ରଥମ ଓଡ଼ିଆ ଭାଷାବିତ୍ । ଓଡ଼ିଆ ଭାଷା ଓ ସାହିତ୍ୟ ଦିଗରେ ତାଙ୍କର ଜୀବନବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ତାଙ୍କୁ ମାନପତ୍ର ସହ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି । ତେବେ ଓଡ଼ିଆ ଭାଷାର ବିକାଶ ପାଇଁ ଓଡ଼ିଆ ଭାଷା ପ୍ରତି ବିଶେଷ ଅବଦାନ ଦେଇଥିବା ବ୍ୟକ୍ତିତ୍ୱଙ୍କୁ ପ୍ରତି ୫ ବର୍ଷରେ ଥରେ ଏହି ପୁରସ୍କାର ପ୍ରଦାନ କରାଯିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |