ଆଜି ବିଶ୍ୱ କର୍କଟ ଦିବସ

ଭୁବନେଶ୍ୱର,୪।୨:ଆଜି ବିଶ୍ୱ କର୍କଟ ଦିବସ। ଫେବୃଆରୀ ୪ ତାରିଖକୁ ବିଶ୍ୱ କର୍କଟ ଦିବସ ରୂପେ ପାଳନ କରାଯାଏ। କର୍କଟ ରୋଗର ଭୟାବହତା ଓ ଏହାକୁ ନେଇ ଲୋକଙ୍କୁ ସଚେତନ କରାଇବା ହେଉଛି ଏହି ଦିବସର ମୂଳ ଲକ୍ଷ୍ୟ। ଲୋକମାନେ କିପରି ସଚେତନ ହେବା ସହ ତମାଖୁ ଠାରୁ ଦୂରରେ ରହିପାରିବେ ସେନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବିଭିନ୍ନ ରାଷ୍ଟ୍ର ମାନଙ୍କୁ ସଚେତନ କରିଆସୁଛି। ୨୦୨୩- ୨୪ ପାଇଁ ଥିମ୍ ରହିଛି ‘କ୍ଲୋଜ୍ ଦି କେୟାର ଗ୍ୟାପ୍’ ।ତେବେ ଚଳିତବର୍ଷ ବିଶ୍ୱ କ୍ୟାନ୍‌ସର ଦିବସର ବାର୍ତ୍ତା ରହିଛି ‘ଆଇ ଆମ୍‌ ଆଣ୍ଡ ଆଇ ଉଇଲ୍‌’। ଭୁଲ୍ ସୂଚନା ଏବଂ ଅନ୍ଧବିଶ୍ୱାସକୁ ଦୂର କରିବା ସହ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ଠିକ୍ ସମୟରେ ରୋଗକୁ ଚିହ୍ନଟ କରି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ ହେବାର ଅଧିକ ସମ୍ଭାବନା ରହିଥାଏ।  ତମାଖୁ ସେବନ, ମଦ୍ୟପାନ, ଖାଦ୍ୟ ପଦାର୍ଥରେ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ କିଛି ଭୂତାଣୁ ଜନିକ ସଂକ୍ରମଣରୁ କର୍କଟ ରୋଗ ହୋଇଥାଏ। ବିଶ୍ୱରେ ୮୦ ଲକ୍ଷରୁ ଅଧିକ ଲୋକ ପ୍ରତିବର୍ଷ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି।  କର୍କଟଜନିତ ମୃତ୍ୟୁ ଓ ପୀଡ଼ିତଙ୍କ ସଂଖ୍ୟା ହ୍ରାସ କରିବା ଲାଗି କର୍କଟ ଆକ୍ରାନ୍ତଙ୍କ ସମର୍ଥନରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଏ। କର୍କଟ ରୋଗ ଚିହ୍ନଟ ପରେ ତା’ ସହ ଲଢ଼ିବା ପାଇଁ ସେମିନାର, କ୍ୟାମ୍ପେନ୍‌, ପଥପ୍ରାନ୍ତ ନାଟକ ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଏ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!