କଟକ,୪।୨ : ଫେବୃଆରୀ ୨୦ ତାରିଖରୁ ଆରମ୍ଭ ହେଉଛି ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା।ଚଳିତବର୍ଷ ପ୍ରଥମ ଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ପର୍ଯ୍ୟବେକ୍ଷକ ନିଯୁକ୍ତ ହେବେ। ପ୍ରଶ୍ନପତ୍ର ଆସିବାଠାରୁ ଉତ୍ତର ଖାତା ଯିବା ପର୍ଯ୍ୟନ୍ତ ସେମାନେ ସମସ୍ତ କାର୍ଯ୍ୟ ତଦାରଖ କରିବେ। ଏହି ଦାୟିତ୍ୱ ବିଇଓ, ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦିଆଯିବ। ନକଲ (କପି) ରୋକିବା ଲାଗି ବୋର୍ଡ ପକ୍ଷରୁ ଏପରି ପ୍ରୟାସ କରାଯାଇଛି। ଏଥିସହ ପରୀକ୍ଷାର୍ଥୀମାନେ ଧାର୍ଯ୍ୟ ସମୟର ଦେଢ଼ ଘଣ୍ଟା ପୂର୍ବରୁ କେନ୍ଦ୍ରକୁ ପ୍ରବେଶ କରିବେ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ୭ଟା୩୦ରୁ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କୁ ଛଡ଼ାଯିବ। ୮ଟା ୧୫ ମିନିଟ୍ ପରେ ଆଉ କାହାକୁ ପରୀକ୍ଷା କେନ୍ଦ୍ରକୁ ପ୍ରବେଶ ଅନୁମତି ମିଳିବ ନାହିଁ। ଏଥର ପ୍ରଥମଥର ପାଇଁ ସମସ୍ତ ପରୀକ୍ଷା କେନ୍ଦ୍ରରେ ନିଯୁକ୍ତ ହେବେ ପର୍ଯ୍ୟବେକ୍ଷକ। ପ୍ରଶ୍ନପତ୍ର ଆସିବାଠାରୁ ପରୀକ୍ଷା ଶେଷ ହୋଇ ଉତ୍ତରଖାତା ଯିବା ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟକୁ ପର୍ଯ୍ୟବେକ୍ଷକ ତଦାରଖ କରିବେ। ଏହି ଦାୟିତ୍ୱ ବିଇଓ, ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ଦିଆଯିବ। ସେଣ୍ଟର ସୁପରିଣ୍ଟେଣ୍ଡେଣ୍ଟଙ୍କ ବ୍ୟତୀତ ପରୀକ୍ଷା ସମୟରେ ଅନ୍ୟ କେହି ବି ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍ ଫୋନ୍ ନେଇପାରିବେ ନାହିଁ।ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ୫ଲକ୍ଷ ୫୧ ହଜାର ୬୧୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ବୋର୍ଡ ପକ୍ଷରୁ ୩ ହଜାର ୭୩ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ଥାନାକୁ ନୋଡାଲ୍ ସେଣ୍ଟର କରାଯାଇଛି। ୨୦ରୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହେବ। ମାର୍ଚ୍ଚ ୩୦ ତାରିଖ ସୁଦ୍ଧା ଖାତା ଦେଖା ସରିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |