ଭୁବନେଶ୍ୱର,୪ା୨ : ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ” ବିଧାନସଭାରେ ଭାଷା ଆଇନ” ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ୧୯୪୮ ମସିହା ରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଦ୍ଵାରା ବିଧାନସଭାରେ ଭାଷା ଆଇନ- ୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଅଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଆ ଭାଷା ସୁରକ୍ଷା ପାଇଁ ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳର ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀସ୍ତରରେ ଉଦ୍ୟମ ଜାରି ରହିଛି ବୋଲି ସେ କହିଛନ୍ତି । ଏହା ଦ୍ଵାରା ସମସ୍ତ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ସେ ଆଶା ରଖିଛନ୍ତି। ପୁସ୍ତକଟି ଭାଷା ଆନ୍ଦୋଳନର ଆବାହକ ପବିତ୍ର ମହରଥାଙ୍କ ଦ୍ଵାରା ସମ୍ପାଦିତ ଓ ଶବ୍ଦସ୍ପର୍ଶ ପ୍ରକାଶନୀ ସଂସ୍ଥା ଦ୍ୱାରା ପ୍ରକାଶିତ ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |