ଭୁବନେଶ୍ବର ,୫।୨: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ। ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଗୃହରେ ଅଭିଭାଷଣ ରଖିଛନ୍ତି ନୂଆ ରାଜ୍ୟପାଳ ରଘୁବର ଦାସ। ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ। ୮ ତାରିଖରେ ଉପସ୍ଥାପିତ ହେବ କାମଚଳା ବଜେଟ୍। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଗୃହ ବେଶ୍ ସରଗରମ ହେବା ନେଇ ଆଶଙ୍କା କରାଯାଉଛି। ନୂଆ ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟପାଳଙ୍କ ଅଭିଭାଷଣ ପରେ ପୂର୍ବତନ ରାଜ୍ୟପାଳ ଏମ୍ ଏମ୍ ରାଜେନ୍ଦ୍ରନଙ୍କ ସମେତ ପରଲୋକଗତ ପୂର୍ବତନ ବିଧାୟକ ଓ ଅନ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକପ୍ରସ୍ତାବ ଆଗତ ହେବ।ଏହାପରେ ଗୃହ ମୁଲତବୀ ରହିବ। ୬ ତାରିଖରେ ପୂର୍ବତନ ରାଜ୍ୟପାଳ ସ୍ବର୍ଗତ ରାଜେନ୍ଦ୍ରନ୍ଙ୍କ ସମ୍ମାନାର୍ଥେ ଗୃହ କାର୍ଯ୍ୟ ହେବ ନାହିଁ ବୋଲି ଆଜି ସର୍ବଦଳୀୟ ବୈଠକରେ ନିଷ୍ପତ୍ତି ହୋଇଛି। ୭ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ। ୮ ତାରିଖରେ ଅର୍ଥ ମନ୍ତ୍ରୀ ୨୦୨୪-୨୫ ଆର୍ଥିକ ବର୍ଷର କାମଚଳା ବଜେଟ୍ ଉପସ୍ଥାପନ କରିବେ। ୯ ତାରିଖରେ ବ୍ୟୟମଞ୍ଜୁରି ବିଲ୍ ପାରିତ ହେବ। ୧୦ ଓ ୧୧ ତାରିଖ ଦ୍ବିତୀୟ ଶନିବାର ଓ ରବିବାର ପାଇଁ ଛୁଟି ରହିଛି। ୧୨ ତାରିଖରେ ସରକାରୀ କାର୍ଯ୍ୟ ଦିବସ ଥିଲା ବେଳେ ୧୩ ତାରିଖରେ ବେସରକାରୀ ସଭ୍ୟଙ୍କ କାର୍ଯ୍ୟ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |