ବିଶାକ୍ତ ଖାଦ୍ୟ ଖାଇ ୫୦ ଛାତ୍ରୀ ଅସୁସ୍ଥ

ଲମତାପୁଟ,୫ା୨: କୋରାପୁଟ ଜିଲ୍ଲା ଲମତାପୁଟ କସ୍ତୁରବା ଗାନ୍ଧୀ ଛାତ୍ରୀବାସରେ ଅଭାବନୀୟ ଘଟଣା ଘଟିଛି। କୋରାପୁଟ ଜ଼ିଲ୍ଲା ଲମତାପୁଟରେ ବିଷାକ୍ତ ଖାଦ୍ୟ ଖାଇ ୫୦ ଛାତ୍ରୀ ଅସୁସ୍ଥ ୧୦ ଜଣଙ୍କ ଅବସ୍ତା ଗୁରୁତର। ବିଷାକ୍ତ ଖାଦ୍ୟ ଖାଇ ଛାତ୍ରୀବାସର ୫୦ ଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି।  ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ରବିବାର ରାତିରେ ଖାଦ୍ୟ ଖାଇବା ପରେ ଅଚାନକ ଭାବେ  ଛାତ୍ରୀବାସର ପ୍ରାୟ ୫୦ଜଣ ଛାତ୍ରୀ ଝାଡାବାନ୍ତି ସହ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିଲେ। ଏହା ପରେ ତୁରନ୍ତ ସେମାନଙ୍କୁ ଲମତାପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ୧୦ଜଣ ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।  ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୫ ଜଣିଆ ଡାକ୍ତରୀ ଟିମ୍‌ଙ୍କ ଦ୍ବାରା ଚିକିତ୍ସା ଜାରି ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!