ନୂଆଦିଲ୍ଲୀ,୫।୩:ନିର୍ବାଚନୀ ପ୍ରଚାରରେ ପିଲାଙ୍କୁ ବ୍ୟବହାର କରିପାରିବେ ନାହିଁ ରାଜନୈତିକ ଦଳ। ଏହା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ନିର୍ବାଚନ କମିଶନ। ଲୋକ ସଭା ନିର୍ବାଚନ ପୂର୍ବରୁ ସୋମବାର ନିର୍ବାଚନ ଆୟୋଗ ରାଜନୈତିକ ଦଳମାନଙ୍କୁ ପୋଷ୍ଟର ଏବଂ ପାମ୍ପଲେଟ ସମେତ ପ୍ରଚାରରେ କୌଣସି ସାମଗ୍ରୀରେ ପିଲାଙ୍କୁ କୌଣସି ରୂପରେ ବ୍ୟବହାର ନକରିବାକୁ କହିଛନ୍ତି।ରାଜନୈତିକ ଦଳକୁ ପଠାଯାଇଥିବା ଏହାର ପରାମର୍ଶରେ ନିର୍ବାଚନ ଆୟୋଗ ନିର୍ବାଚନ ପ୍ରକ୍ରିୟା ସମୟରେ ଦଳ ତଥା ପ୍ରାର୍ଥୀଙ୍କ ଦ୍ୱାରା ଯେକୌଣସି ପ୍ରକାରେ ପିଲାଙ୍କ ବ୍ୟବହାରକୁ ବରଦାସ୍ତ କରାଯିବ ନାହିଁ। ନିର୍ବାଚନ ଆୟୋଗ କହିଛନ୍ତି , ନେତା ତଥା ପ୍ରାର୍ଥୀମାନେ ପିଲାମାନଙ୍କୁ କୌଣସି ପ୍ରକାରେ ପ୍ରଚାର କାର୍ଯ୍ୟରେ ବ୍ୟବହାର କରିବା ଉଚିତ୍ ନୁହେଁ।ପାଖେଇ ଆସୁଛି ଲୋକସଭା ନିର୍ବାଚନ। ଏଥିପାଇଁ ସମସ୍ତ ରାଜନୈତିକ ଦଳ ଜୋରସୋର୍ରେ ଆରମ୍ଭ କରିଦେଲେଣି ପ୍ରସ୍ତୁତି। ତେବେ ଏହା ପୂର୍ବରୁ ସମସ୍ତ ରାଜନୈତିକ ଦଳଙ୍କୁ ଏଭଳି କିଛି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଇସି। ରାଜନୈତିକ ଦଳ ଓ ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର ସମ୍ବନ୍ଧୀୟ କୌଣସି ବି କାମରେ ଛୋଟ ପିଲା କିମ୍ବା ନାବାଳିକା ନାବାଳକଙ୍କୁ ବ୍ୟବହାର କରପାରିବେ ନାହିଁ। କେବଳ ସେତିକି ନୁହେଁ ପ୍ରଚାର ବେଳେ ପିଲାଙ୍କୁ ପ୍ରାର୍ଥୀମାନେ କୋଳରେ ଧରିବେ ନାହିଁ କି ଗାଡିରେ ବସାଇ ରାଲି କରିପାରିବେ ନାହିଁ। ସୋମବାର ନିର୍ବାଚନ କମିଶନ ସମସ୍ତ ରାଜନୈତିକ ଦଳମାନଙ୍କ ଉଦ୍ଦେଶ୍ୟରେ ଏଭଳି କିଛି ଗାଇଡ୍ଲାଇନ୍ ଜାରି କରିଛନ୍ତି।ସାଧାରଣ ନିର୍ବାଚନରେ ପ୍ରଚାର ପତ୍ର ବାଣ୍ଟୁଥିବା, ପୋଷ୍ଟର ଲଗାଉଥିବା, ନାରା ଦେଉଥିବା କିମ୍ବା ଦଳୀୟ ପତକା ଧରି ଚାଲୁଥିବା ଛୋଟ ପିଲା କିମ୍ବା ନାବାଳକମାନେ ଯେପରି ଦେଖାଯିବେ ନାହିଁ ସେଥିପାଇଁ ଇସି କଡା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଚାର ବେଳେ ପିଲାଙ୍କ ହାତରେ କୌଣସ ଦଳୀୟ ପତାକା ଦିଆଯିବ ନାହିଁ। ପୋଷ୍ଟର ଲଗାଇବା ତଥା ପାମ୍ପ୍ଲେଟ ବାଣ୍ଟିବା, ନିର୍ବାଚନ ରାଲି, ଗୀତ, କବିତା ପାଠ, ନାରା ଦେଉଥିବା, ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ଚିହ୍ନ ଧରିଥିବା ତଥା ବୈଠକ ଆଦିରେ ପିଲାଙ୍କ ବ୍ୟବହାର ଉପରେ ଇସି ରୋକ ଲଗାଇଛନ୍ତି।ଯଦି କୌଣସି ଦଳ ନିଜର ନିର୍ବାଚନ ପ୍ରଚାରରେ ପିଲାଙ୍କୁ ସାମିଲ କରିବାର ଦେଖାଯାଉଛି, ତେବେ ଶିଶୁ ଶ୍ରମ ଆଇନ ୧୯୮୬ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ କରାଯିବ। ଏସମ୍ପର୍କରେ ଜିଲ୍ଲା ନିର୍ବାଚନ ଅଧିକାରୀ, ରିଟର୍ଣ୍ଣିଙ୍ଗ ଅଧିକାରୀଙ୍କୁ କାର୍ଯ୍ୟନୁଷ୍ଠାନ ନେବାର ଦାୟିତ୍ବ ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |