ଭୁବନେଶ୍ୱର,୬।୨:ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନ। ଆଜି ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ପର୍ଯ୍ୟଟନ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଅବକାରୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରଶ୍ନକାଳ ରହିଛି।ସେହିପରି ଶୂନ୍ୟକାଳରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ। କଂଗ୍ରେସ ପକ୍ଷରୁ ମୁଲତବି ପ୍ରସ୍ତାବ ଆସିପାରେ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଗୃହରେ ଆଲୋଚନା ହେବ। ସ୍ୱଳ୍ପ ଦିବସର ଅଧିବେଶନରେ ମୁଖ୍ୟ ବିରୋଧୀ ବିଜେପି ଓ କଂଗ୍ରେସ ଶାସକ ଦଳକୁ ଗୃହରେ ଘେରିବା ପାଇଁ ରଣନୀତି କରିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |