ଭୁବନେଶ୍ୱର,୭।୨:ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ସୁଦର୍ଶନ ବିହାରରେ ଜଣେ ଶିକ୍ଷକଙ୍କ ଘର ଉପରକୁ ଆଜି ରାତିରେ ବୋମାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ବୋମା ମାଡ଼ରେ କେହି ହତାହତ ହୋଇ ନାହାନ୍ତି। ବୋମାମାଡ଼ର କାରଣ ଜଣାପଡ଼ି ନାହିଁ। ଦୁଇ ଜଣ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ଶିକ୍ଷକଙ୍କ ଘରକୁ ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି। ତେବେ ଘଟଣା ସମ୍ପର୍କରେ ଅଧିକ କୌଣସି ସୂଚନା ମିଳିପାରିନାହିଁ।ଦୁଇ ଜଣ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ଶିକ୍ଷକଙ୍କ ଘରକୁ ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |