ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର,୮।୨: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି । ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ । ଫେବ୍ରୁଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବ୍ରୁଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ । ୨୭ ଫେବ୍ରୁଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ ।ସେହିଦିନ ଅପରାହ୍ଣ ୫ ଟାରୁ ଭୋଟ ଗଣତି କରାଯିବ । ଓଡ଼ିଶାର ତିନି ରାଜ୍ୟସଭା ସିଟ ପାଇଁ ନିର୍ବାଚନ ହେବ । ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି । ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ । ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି ।ଏନେଇ ଜାନୁଆରୀ ୨୯ ତାରିଖ ଦିନ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନର । ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ଶେଷ ହେଉଛି । କାର୍ଯ୍ୟକାଳ ସରୁଥିବା ସାଂସଦମାନଙ୍କ ଭିତରୁ କେହି ରିପିଟ୍ ହେବାର ସମ୍ଭାବନା କମ୍ ଥିବାରୁ ବିଜେଡି ସୁପ୍ରିମୋ କେଉଁ ନୂଆ ଚେହେରାକୁ ପଠାଇବେ ତାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି ।୧୫ଟି ରାଜ୍ୟର ମୋଟ୍ ୫୬ ଜଣଙ୍କ କାର୍ଯ୍ୟକାଳ ବି ପୂରୁଥିବାରୁ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଥିଲେ ନିର୍ବାଚନ କମିଶନ । ଏଥିପାଇଁ ଆସନ୍ତା ଫେବ୍ରୁଆରୀ ୨୭ରେ ହେବ ନିର୍ବାଚନ । ୮ ତାରିଖରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!