ମାଘରେ କଲବଲ କରୁଛି ଖରା ଓ ତାତି

ଭୁବନେଶ୍ବର,୮।୨ : ରାଜ୍ୟରେ ଫେବ୍ରୁଆରୀ ପ୍ରଥମ ସପ୍ତାହର ଖରାକୁ ଦେଖିଲେ ମୁଣ୍ଡ ବୁଲାଇ ଦେଉଛି । ଏବେ ଠାରୁ ହଠାତ୍ ଗରମ ଅନୁଭୂତ ହେଲାଣି । ଉପକୂଳରୁ ଆଭ୍ୟନ୍ତର, ସବୁଠି ଗରମରେ କଲବଲ ହେଉଛନ୍ତି ରାଜ୍ୟବାସୀ ।  ଫେବୃଆରୀ ମାସରୁ ରାତି ତାପମାତ୍ରା ବଢ଼ୁଥିବାବେଳେ ଦିନରେ ମଧ୍ୟ ତାତି ଅନୁଭୂତ ହେଲାଣି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ଏପରି ରହିବ। ଏହାପରେ ସର୍ବନିମ୍ନ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେହିପରି ଗତ ୨୪ ଘଣ୍ଟାରେ କେନ୍ଦୁଝରରେ ହାଲୁକା ବର୍ଷା ହୋଇଛି। ଯୋଡାରେ ୧୧.୪ ମି.ମି.ଏବଂ କେନ୍ଦୁଝରରେ ୧.୪ ମି.ମି ବର୍ଷା ହୋଇଛି। ଅନ୍ୟପକ୍ଷରେ ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା  ୩୫ ଡିଗ୍ରୀ ଉପରେ ରହିଥିବାବେଳେ ଭୁବନେଶ୍ବରରେ ୩୧.୮ ଏବଂ କଟକରେ ୩୦.୨ ଡିଗ୍ରୀ ରେକର୍ଡ଼ ହୋଇଛି। କିରେଇରେ ସବୁଠୁ କମ୍ ୧୪.୪ ଡିଗ୍ରୀ ଏବଂ ଫୁଲବାଣୀରେ ୧୫.୫ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ଼ ହୋଇଛି। ୧୭ଟି ସହରରେ ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ଉପରେ ରହିଛି। ପୁରୀରେ ସର୍ବାଧିକ ୨୪.୧ ଡିଗ୍ରୀ, ଭୁବନେଶ୍ବର ଏବଂ ପାରାଦ୍ବୀପରେ ୨୩.୫ ଡିଗ୍ରୀ ରେକର୍ଡ଼ ହୋଇଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ସ୍ବାଭାବିକଠାରୁ ୩ରୁ ୬ ଡିଗ୍ରୀ ଯାଏଁ ଅଧିକ ରେକର୍ଡ଼ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!