ରାଜ୍ୟ କାମଚଳା ବଜେଟ୍ ଉପସ୍ଥାପିତ

ଭୁବନେଶ୍ୱର,୮।୨:ଆଜି ବିଧାନସଭା ବଜେଟ ଅଧିବେଶନର ଚତୁର୍ଥ ଦିନ। ଏହି ପରିପ୍ରେକ୍ଷୀରେ ଆଜି ବିଧାନସଭାରେ ଉପସ୍ଥାପନ ହୋଇଛି କାମଚଳା ବଜେଟ୍ । ସଂଧ୍ୟା ୪ଟା ୪୫ରେ କାମଚଳା ବଜେଟ୍ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ୍ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି, ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି। ସେହିପରି ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ ରହିଛି ।ତେବେ ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ହଜାର କୋଟିର ରିଭଲ୍‌ଭିଂ ଫଣ୍ଡ ବ୍ୟବସ୍ଥା। ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ। ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ କରାଯିବ। ଏହା ସହ ଅନ୍ୟାନ ବିଭାଗର ବ୍ୟୟବରାଦ ନେଇ ସେ ବର୍ତ୍ତମାନ ବଜେଟ ଉପସ୍ଥାପନ ଜାରି ରଖିଛନ୍ତି।

  • ରାଜ୍ୟର ଅଭିବୃଦ୍ଧି ହାର ୭.୨୫% ରହିଛି, ଜାତୀୟ ହାରଠାରୁ ୧% ଅଧିକ ରହିଛି
  • ଆଗାମୀ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ୮.୫% ଆକଳନ
  • ଧାନ ମୂଲ୍ୟ ସଠିକ ସମୟରେ ପ୍ରଦାନ ପାଇଁ ୨ହଜାର କୋଟିର ରିଭଲ୍‌ଭିଂ ଫଣ୍ଡ ବ୍ୟବସ୍ଥା
  • ଆଗାମୀ ୫ ବର୍ଷରେ ୧୮୫୮ ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ହେବ
  • ସ୍ୱାସ୍ଥ୍ୟକେନ୍ଦ୍ରର ରୂପାନ୍ତରଣ ପାଇଁ ୫ ବର୍ଷରେ ୩୩୮୯ କୋଟି ବ୍ୟୟ କରାଯିବ
  • ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ପାଇଁ ୫୪୫୦ କୋଟିର ବ୍ୟୟବରାଦ
  • ଆମ ଓଡ଼ିଶା ନବୀନ ଓଡ଼ିଶାରେ ୪ ହଜାର କୋଟିରୁ ଅଧିକ ବ୍ୟୟ ଯୋଜନା
  • ଓଡ଼ିଶା ଏବେ ୧ ଶହ ବିଲିୟନ ଡଲାରରୁ ଅଧିକ ଅର୍ଥନୀତିରେ ପରିଣତ
  • କୃଷି ପାଇଁ ବଜେଟରେ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ
  • ୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି
  • ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟିର ବ୍ୟୟବରାଦ
  • ୨୦୨୪-୨୫ ଆର୍ଥିକ ବର୍ଷରେ ମେଟ୍ରୋ ପାଇଁ ୧ ହଜାର କୋଟି
  • ରାଜ୍ୟର ଅନ୍ୟ ରେଳ ପ୍ରକଳ୍ପ ପାଇଁ ୭ଶହ କୋଟିର ବ୍ୟବସ୍ଥା
  • ସଡ଼କ, ସେତୁ, ଏୟାରପୋର୍ଟ, ରେଲୱେ ବିକାଶ ପାଇଁ ୨୧ ହଜାର କୋଟି
  • ଲକ୍ଷ୍ମୀ ଯୋଜନାରେ ମୋଟ ୧୭୪୫ଟି ବସ୍‌ ଚଳାଚଳ କରିବାକୁ ଲକ୍ଷ୍ୟ
  • ଲକ୍ଷ୍ମୀ ଯୋଜନାରେ ଆଉ ୧୧୯୧ କୋଟି ଟଙ୍କାର ବ୍ୟୟବରାଦ
  • ୨୦୨୩-୨୪ରେ ରାଜସ୍ବ ବଳକା ପରିମାଣ ୨୨ ହଜାର ୪୧୧ କୋଟି ଆକଳନ
  • ମୋଟ ରାଜସ୍ବ ଆୟ ୧ ଲକ୍ଷ ୮୫ ହଜାର ୫ଶହ ଟଙ୍କା ଆକଳନ
  • ମୋଟ ରାଜସ୍ବ ବ୍ୟୟ ୧ ଲକ୍ଷ ୬୩ ହଜାର ୮୯ କୋଟି ଆକଳନ
  • ସଂଶୋଧିତ ଆକଳନ ଅନୁସାରେ ୨୨, ୪୧୧ କୋଟି ରାଜସ୍ୱ ବଳକା
  • ବିତ୍ତୀୟ ନିଅଣ୍ଟ ୨୪ ହଜାର ୯୮୨ କୋଟି ରହିବା ଆକଳନ
  • ବେତନ, ପେନସନ୍‌, ସୁଧ ବାବଦ ପ୍ରଶାସନିକ ଖର୍ଚ୍ଚ ୧ ଲକ୍ଷ ୩ ହଜାର ୫ ଶହ କୋଟି
  • ମୋଟ କାର୍ଯ୍ୟକ୍ରମ ବ୍ୟୟବରାଦ ୧ ଲକ୍ଷ ୪୦ ହଜାର କୋଟି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!