୫ ଜିଲ୍ଲାକୁ ଗଡିବ ଲକ୍ଷ୍ମୀ ବସ୍ : ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,,୧୨।୨ : ଚଳିତ ମାସ ସୁଦ୍ଧା ସବୁ ଜିଲ୍ଲାରେ ପହଞ୍ଚିବ ଲକ୍ଷ୍ମୀ ବସ୍‌ ସେବା। ୧୨ରୁ ୨୧ ତାରିଖ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପର୍ଯ୍ୟାୟକ୍ରମେ ବିଭିନ୍ନ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ର ଶୁଭାରମ୍ଭ କରିବେ। ସୂଚନା ଅନୁସାରେ ୧୨ ତାରିଖରେ ବରଗଡ଼, ବଲାଙ୍ଗିର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍‌ ସେବାର ଶୁଭାରମ୍ଭ କରିବେ। ସେହିପରି ୧୬ ତାରିଖରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଗଡିବା ଆରମ୍ଭ କରିବ।    ସୋମବାର ଲକ୍ଷ୍ମୀ ଯୋଜନାରେ ଆଉ ୫ ଜିଲ୍ଲାକୁ ବସ୍ ଗଡିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି। ଆଜି ବରଗଡ଼, ବଲାଙ୍ଗୀର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଲକ୍ଷ୍ମୀ ବସ୍ ସେବା ଆରମ୍ଭ ହେବ।  ମୋଟ୍ ୪୨୫ଟି ବସ୍‌ର ଲୋକାର୍ପଣ କରାଯିବ। ଏ ନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି।  ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, କୋରାପୁଟ, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳରେ ଲକ୍ଷ୍ମୀ ସେବା ଆରମ୍ଭ ହୋଇସାରିଛି । ତେବେ ଆସନ୍ତା ୧୬ ତାରିଖରେ ଆଉ ୫ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ସେବାର ଆରମ୍ଭ କରାଯିବା ନେଇ ସୂଚନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!